ସାମୁହିକ ଛୁଟିରେ ପ୍ରାଥମିକ ଶିକ୍ଷକ, ସ୍କୁଲରେ ପାଠ ପଢା ଠପ୍
ଭୁବନେଶ୍ୱର: ଆଜି ଠାରୁ ସାମୁହିକ ଛୁଟିରେ ଲକ୍ଷାଧିକ ପ୍ରାଥମିକ ଶିକ୍ଷକ । ତିନି ଦଫା ଦାବିରେ ଆଜି ଠାରୁ ପ୍ରାଥମିକ ଶିକ୍ଷକ ଓ ଶିକ୍ଷୟତ୍ରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ । ଏହା ସହ 314 ବ୍ଲକ୍ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଆଗରେ ଧାରଣାରେ ବସିଛନ୍ତି ପ୍ରାଥମିକ ଶିକ୍ଷକ ।

କେନ୍ଦ୍ରୀୟ ହାରରେ ଦରମା, ଜୁନିଅର ଶିକ୍ଷକଙ୍କୁ ନିୟମିତ ମାନ୍ୟତା, ଗଣଶିକ୍ଷକଙ୍କୁ ଏକ୍ସ କ୍ୟାଡରର ହଟାଇବା ପରି ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଶିକ୍ଷକ ଓ ଶିକ୍ଷୟତ୍ରୀ । ପାଖାପାଖି 1 ଲକ୍ଷ 30 ହଜାରରୁ ଅଧିକ ଶିକ୍ଷକ ଶିକ୍ଷୟିତ୍ରୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ଶିକ୍ଷକଙ୍କ ଆନ୍ଦୋଳନ ପାଇଁ ରାଜ୍ୟର ପ୍ରାୟ 56 ହଜାର ସ୍କୁଲରେ ପାଠପଢା ଠପ୍ ।
ଶିକ୍ଷକ ଶିକ୍ଷୟିତ୍ରୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ନେଇ ଶିକ୍ଷକ ସଂଘ ଅଗଷ୍ଟ 5 ରୁ ବିଇଓ ଏବଂ 11 ତାରିଖରେ ଡିଇଓ ଓ ଜିଲ୍ଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରାଯାଇଥିଲା । ପୂର୍ବରୁ ସଙ୍ଘ ପକ୍ଷରୁ ଦାବି ପୂରଣ ନେଇ ବାରମ୍ବାର ଆନ୍ଦୋଳନ କରାଯାଉଥିଲେ ବି ସରକାର ଦାବି ପୂରଣ ନେଇ କୌଣସି ପଦକ୍ଷେପ ନେଇନାହାନ୍ତି । ଏଥିପାଇଁ ପ୍ରାଥମିକ ଶିକ୍ଷକ ସଂଘଗୁଡ଼ିକ ମିଳିତ ଭାବେ ଅନିର୍ଦ୍ଦିଷ୍ଟ କାଳ ପାଇଁ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଡାକରା ଦେଇଛନ୍ତି । ବିଭିନ୍ନ ପ୍ରାଥମିକ ଶିକ୍ଷକ ସଂଘଗୁଡ଼ିକ ମିଳିତ ଭାବେ ଅନିର୍ଦ୍ଦିଷ୍ଟକାଳ ପାଇଁ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଡାକରା ଦେଇଛନ୍ତି ।
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications