ଓଡ଼ିଆ ନବବର୍ଷର ଶୁଭେଛା ଜଣାଇଲେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ
ଆଜି ମହାବିଷୁବ ପଣା ସଂକ୍ରାନ୍ତି ବା ଓଡ଼ିଆ ନବବର୍ଷ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍ କରି ଶୁଭେଚ୍ଛା ଜଣାଇଛନ୍ତି।
ଭୁବନେଶ୍ୱର: ଆଜି ମହାବିଷୁବ ପଣା ସଂକ୍ରାନ୍ତି ବା ଓଡ଼ିଆ ନବବର୍ଷ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍ କରି ଶୁଭେଚ୍ଛା ଜଣାଇଛନ୍ତି। ନରେନ୍ଦ୍ର ମୋଦି ଟ୍ୱିଟରେ ଲେଖିଛନ୍ତି, ଓଡ଼ିଆ ନବବର୍ଷ ଏବଂ ମହାବିଷୁବ ଓ ପଣା ସଂକ୍ରାନ୍ତି ଅବସରରେ ଓଡ଼ିଶାର ଜନସାଧାରଣଙ୍କୁ ହାର୍ଦ୍ଦିକ ଶୁଭକାମନା। ନୂଆ ବର୍ଷରେ ଆପଣମାନଙ୍କର ମନସ୍କାମନା ପୂର୍ଣ୍ଣ ହେଉ, ଏହା ହିଁ ମୋର ପ୍ରାର୍ଥନା। ସମସ୍ତଙ୍କର ଉତ୍ତମ ସ୍ୱାସ୍ଥ୍ୟ ଓ ସୁଖ ସମୃଦ୍ଧି କାମନା କରୁଛି।

ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ନିଜର ଶୁଭେଛା ବାର୍ତ୍ତା ଜାରି କରିଛନ୍ତି । ମହାପ୍ରଭୁ ଜଗନ୍ନାଥଙ୍କ ଅପାର କରୁଣା ଓ ଅସୀମ ଆଶୀର୍ବାଦ ସଭିଙ୍କ ଉପରେ ରହିଥାଉ ବୋଲି ଟ୍ବିଟର ମାଧ୍ୟମରେ ଜାରି କରିଛନ୍ତି ମୁଖ୍ୟମନ୍ତ୍ରୀ ।
ସେହିପରି ଗୃହମନ୍ତ୍ରୀ ଅମିତ ଶାହା ଶୁଭେଛା ଜଣାଇବା ସହ ଶୁଖ, ସମୃଦ୍ଧି ଓ ଶାନ୍ତି ପାଇଁ ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ କାମନା କରିଛନ୍ତି। ପୋଲିସ ଡିଜି ଅଭୟ ମଧ୍ୟ ପଣା ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷରେ ଉପଲକ୍ଷେ ଶୁଭେଛା ଜଣାଇଛନ୍ତି ।
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଟ୍ୱିଟ୍ କରି ନୂଆ ବର୍ଷରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ଲେଖିଛନ୍ତି, 'ଓଡ଼ିଆ ନବ ବର୍ଷ ତଥା ପବିତ୍ର ମହାବିଷୁବ ସଂକ୍ରାନ୍ତି ଉପଲକ୍ଷେ ସମସ୍ତଙ୍କୁ ଅଭିନନ୍ଦନ । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ସମସ୍ତଙ୍କ ମଙ୍ଗଳ କାମନା କରୁଛି'।
ତେବେ କୋଭିଡ୍ ପାଇଁ ପଣା ସଂକ୍ରାନ୍ତି ଉପରେ ପ୍ରଶାସନ ବିଭିନ୍ନ କଟକଣା ଲଗାଇଛନ୍ତି। କରୋନା ସଂକ୍ରମିତଙ୍କ ସଂଖ୍ୟା ରାଜ୍ୟରେ ବଢ଼ୁଥିବାରୁ ମନ୍ଦିରରେ କଟକଣା ଲଗାଇଛି ପ୍ରଶାସନ।












Click it and Unblock the Notifications