Get Updates
Get notified of breaking news, exclusive insights, and must-see stories!

ଦାବି ନଥାଇ ଓଡ଼ିଶାକୁ ମିଳିଲା 500 କୋଟି ଆର୍ଥିକ ସହାୟତା, ମୃତକଙ୍କ ପରିବାରକୁ 2 ଲକ୍ଷ ଟଙ୍କା ଅନୁକମ୍ପା ରାଶି

ବାତ୍ୟା କ୍ଷୟକ୍ଷତିର ଆକଳନ ପରେ ପ୍ରଧାନମନ୍ତ୍ରୀ ଓଡ଼ିଶାକୁ 500 କୋଟି ଟଙ୍କାର ଆର୍ଥିକ ପ୍ୟାକେଜ୍ ଘୋଷଣା କରିଛନ୍ତି । ଏଥି ସହିତ ବାତ୍ୟାରେ ପ୍ରାଣ ହରାଇଥିବା ମୃତକଙ୍କ ପରିବାରକୁ 2 ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ପ୍ରଦାନ କରିବାକୁ ଘୋଷଣା କରିଛନ୍ତି ।

ଭୁବନେଶ୍ଵର : ବାତ୍ୟା 'ୟାସ୍' ପ୍ରଭାବରେ ଓଡ଼ିଶା ବିଶେଷ ବାବେ ପ୍ରଭାବିତ ହୋଇଛି । ଏହା ସତ୍ତ୍ୱେ ମଧ୍ୟ ରାଜ୍ୟ ସରକାରଙ୍କ ପକ୍ଷରୁ କେନ୍ଦ୍ର ନିକଟରେ କୌଣସି ସହାୟତା ରାଶି ପ୍ରଦାନ ନେଇ ଦାବି ନଥିଲା । ବାତ୍ୟା କ୍ଷୟକ୍ଷତିର ଆକଳନ ପରେ ପ୍ରଧାନମନ୍ତ୍ରୀ ଓଡ଼ିଶାକୁ 500 କୋଟି ଟଙ୍କାର ଆର୍ଥିକ ପ୍ୟାକେଜ୍ ଘୋଷଣା କରିଛନ୍ତି । ଏଥି ସହିତ ବାତ୍ୟାରେ ପ୍ରାଣ ହରାଇଥିବା ମୃତକଙ୍କ ପରିବାରକୁ 2 ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ପ୍ରଦାନ କରିବାକୁ ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ । ସେହିପରି ଗୁରୁତର ଆହତଙ୍କୁ 50 ହଜାର ଟଙ୍କା ସହାୟତା ରାଶି ଦିଆଯିବ ।

Narendra-Modi

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ଓଡିଶା ଗସ୍ତ କରି ବାତ୍ୟା ୟାସ୍‌ରେ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବା ସହିତ ବାତ୍ୟା ପରବର୍ତ୍ତୀ ସ୍ଥିତିର ସମୀକ୍ଷା କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ବାତ୍ୟା ସହାୟତା ଘୋଷଣା କରାଯାଇଛି । ବାତ୍ୟା ପାଇଁ ମୋଟ୍ ଏକ ହଜାର କୋଟି ଟଙ୍କାର ସହାୟତା ରାଶି ଘୋଷଣା କରାଯାଇଛି । ବାକି 500 କୋଟି ଟଙ୍କା ଅନ୍ୟ ପ୍ରଭାବିତ ରାଜ୍ୟ ପଶ୍ଚିମବଙ୍ଗ ଏବଂ ଝାଡଖଣ୍ଡକୁ ମିଳିବ ବୋଲି ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି ।

କ୍ଷୟକ୍ଷତିର ଅନୁଧ୍ୟାନ ପାଇଁ ଓଡିଶା ଆସିବେ କେନ୍ଦ୍ରୀୟ ଟିମ୍ । ଓଡିଶା ସମେତ ପ୍ରଭାବିତ ରାଜ୍ୟକୁ ଆନ୍ତଃମନ୍ତ୍ରଣାଳୟ ଟିମ୍ ଗସ୍ତ କରିବେ । ଏ ନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ପିଏମଓ ପକ୍ଷରୁ କୁହାଯାଇଛି ଯେ, କେନ୍ଦ୍ର ସରକାର ଆନ୍ତଃ ମନ୍ତ୍ରଣାଳୟ ଟିମ୍ ଗଠନ କରିବେ, ଯିଏ ପ୍ରଭାବିତ ରାଜ୍ୟ ଯାଇ କ୍ଷୟକ୍ଷତିର ଆକଳନ କରିବେ ଏବଂ ଏହାରି ଆଧାରରେ ସହାୟତା ଦିଆଯିବ । ପ୍ରଧାନମନ୍ତ୍ରୀ ମୋଦୀ ଓଡିଶା, ପଶ୍ଚିମବଙ୍ଗ ଓ ଝାଡଖଣ୍ଡକୁ ଭରସା ଦେଇଛନ୍ତି ଯେ, ଏହି ସଙ୍କଟ ସମୟରେ କେନ୍ଦ୍ର ସରକାର ଏକାଠି ମିଶି କାମ କରିବ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+