Get Updates
Get notified of breaking news, exclusive insights, and must-see stories!

ଉତ୍କଳ ଦିବସରେ ଓଡ଼ିଶାରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

Utkal Divas 2024: ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସୋସିଆଲ ମିଡିଆ ଏକ୍ସରେ ଏକ ପୋଷ୍ଟ ସେୟାର କରି ମୋଦି ଲେଖିଛନ୍ତି, ସମସ୍ତଙ୍କୁ ଉତ୍କଳ ଦିବସର ହାର୍ଦ୍ଦିକ ଶୁଭେଚ୍ଛା !ଆଜିର ଦିନ ଆମକୁ ଓଡ଼ିଶାର ସମୃଦ୍ଧ ସଂସ୍କୃତି ଏବଂ ଐତିହ୍ୟ, କର୍ମତତ୍ପର ଜନସାଧାରଣ ବିଷୟରେ ସ୍ମରଣ କରାଇଥାଏ । ରାଷ୍ଟ୍ରର ପ୍ରଗତିରେ ରାଜ୍ୟର ଉଲ୍ଲେଖନୀୟ ଯୋଗଦାନ ରହିଛି । ଶେଷ ପ୍ରଧାନମନ୍ତ୍ରୀ ଲେଖିଛନ୍ତି, ମୁଁ ଓଡ଼ିଶାବାସୀଙ୍କ ସଫଳତା ଓ ସମୃଦ୍ଧି କାମନା କରୁଛି ।

Utkal Divas 2024

ଏଥିସହିତ ଉତ୍କଳ ଦିବସ ଅବସରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ସୋସିଆଲ ମିଡିଆ ସାଇଟ୍ ଏକ୍ସରେ ଏକ ପୋଷ୍ଟ ସେୟାର କରି ସେ ଲେଖିଛନ୍ତି, ଓଡ଼ିଶା ତାର ବିପୁଳ ପ୍ରାକୃତିକ ସମ୍ପଦ ଏବଂ ସମୃଦ୍ଧ ସାଂସ୍କୃତି ଐତିହ୍ୟ ପାଇଁ ସୁପରିଚିତ ।

ସେ ଆହୁରି ଲେଖିଛନ୍ତି, ଯେ କୌଣସି ପରିସ୍ଥିତିର ସମ୍ମୁଖୀନ ହେବାର ସାମର୍ଥ୍ୟ ଓଡ଼ିଶା ଜନ ସାଧାରଣଙ୍କ ପାଖରେ ରହିଛି । ଦେଶର ବିକାଶରେ ଓଡ଼ିଶାବାସୀଙ୍କ ଅବଦାନ ରହିଛି । ସେ ଆହୁରି ଲେଖିଛନ୍ତି, ଶତାବ୍ଦୀ ଶତାବ୍ଦୀ ଧରି ଆଧୁନିକ ଭାରତର ନିର୍ମାତାମାନଙ୍କ ସମେତ ଅନେକ ବିଶିଷ୍ଟ ବ୍ୟକ୍ତିତ୍ୱଙ୍କୁ ଜନ୍ମ ଦେଇଛି ଓଡ଼ିଶା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+