ସୁଭଦ୍ରା ଯୋଜନା ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ; ପ୍ରଥମ କିସ୍ତି ଭାବେ ୫ ହଜାର ଟଙ୍କା ଆକାଉଣ୍ଟକୁ ଗଲା

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ବହୁ ପ୍ରତିକ୍ଷିତ ସୁଭଦ୍ରାର ଶୁଭାରମ୍ଭ । ସୁଭଦ୍ରା ଯୋଜନା ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ । ଜନତା ମଇଦାନରେ ସ୍ବତନ୍ତ୍ର ଉତ୍ସବରେ ଶୁଭାରମ୍ଭ କଲେ । ବ୍ୟାଙ୍କ୍‌ ଆକାଉଣ୍ଟକୁ ଗଲା ସୁଭଦ୍ରା ଯୋଜନାର ଟଙ୍କା । ଆଜି ନିଜ ଜନ୍ମଦିନରେ ଓଡ଼ିଶା ଆସି ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏଥିପାଇଁ ରାଜଧାନୀର ଜନତା ମୈଦାନରେ କରାଯାଇଥିଲା ଭବ୍ୟ ଆୟୋଜନ।

ପ୍ରଧାନମନ୍ତ୍ରୀ ଭୁବନେଶ୍ବର ଏୟାରପୋର୍ଟରେ ପହଞ୍ଚି ସିଧା ଗାଡ଼କଣ ଗାଁକୁ ଯାଇଥିଲେ । ସେଠାରେ ଗାଡକଣ ଗାଁରେ ପିଏମ୍ ଆବାସ ହିତାଧୀକାରୀଙ୍କ ସହ ଆଲୋଚନା କରିଥିଲେ ପ୍ରଧାନମନ୍ତ୍ରୀ ମୋଦି। ଏହାସହ ଗୋଠପାଟଣା ସ୍ପୋର୍ଟସ ଭ୍ୟାଲିର ବି ଶିଳାନ୍ୟାସ କରିଥିଲେ ମୋଦି। ପ୍ରଧାନମନ୍ତ୍ରୀ ୧୦ ଲକ୍ଷ ପିଏମ୍ ଆବାସ ଗ୍ରାମୀଣ ହିତାଧିକାରୀଙ୍କୁ ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରିଛନ୍ତି ।

ଏପରିକି ପ୍ରଧାନମନ୍ତ୍ରୀ ମୋଦି ବିଭିନ୍ନ ସରକାରୀ ଯୋଜନା ଓ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ଏହି ପରିପ୍ରେକ୍ଷୀରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝି, ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, କନକ ବଦ୍ଧର୍ନ ସିଂ ଦେଓ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିଭାଗୀୟ ମନ୍ତ୍ରୀ, ଭାଜପା ନେତୃବୃନ୍ଦ ପ୍ରମୁଖ ଉପସ୍ଥିତ ରହିଥିଲେ। ଏହାସହ ଗୋଠପାଟଣା ସ୍ପୋର୍ଟସ ଭ୍ୟାଲିର ବି ଶିଳାନ୍ୟାସ କରିଥିଲେ ମୋଦି। ପ୍ରଧାନମନ୍ତ୍ରୀ ୧୦ ଲକ୍ଷ ପିଏମ୍ ଆବାସ ଗ୍ରାମୀଣ ହିତାଧିକାରୀଙ୍କୁ ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରିଛନ୍ତି ।

subhadra yojana

ପ୍ରଧାନମନ୍ତ୍ରୀ ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରେ ବିମାନ ବନ୍ଦରରେ ପହଞ୍ଚି ଥିଲେ। ପରେ ସେ ରାଜଭବନ ଛକଦେଇ ଗାଡ଼କଣ ଯାଇଥିଲେ। ସେଠାରେ ସେ ଆବାସ ହିତାଧିକାରୀଙ୍କ ସହ ଆଲୋଚନା କରି ଗୃହପ୍ରବେଶ କରାଇଥିଲେ। ପରେ ମୋଦି ମହିଳାଙ୍କଠାରୁ କ୍ଷିରୀ ଖାଇ ଖୁସି ବ୍ୟକ୍ତ କରିଥିଲେ। ଏହି ଅବସରରେ ମହିଳାଙ୍କଠାରୁ ମହାପ୍ରଭୁ ଜଗନ୍ନାଥଙ୍କ ପଟଚିତ୍ର ଉପହାର ସ୍ବରୁପ ଗ୍ରହଣ କରିଥିଲେ। ପରେ ସେ ସେଠାରୁ ଜନତାମଇଦାନଦ ଆସିଥିଲେ। ପରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗ ଦେଇ ସୁଭଦ୍ରା' ଯୋଜନାର ଶୁଭାରମ୍ଭ କରି କରିଥିଲେ।

ଏପରିକି ଓଡ଼ିଶା ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ବିଟ କରି ସୁଭଦ୍ରା ଯୋଜନାର ଶୁଭାରମ୍ଭ ନେଇ ଉତ୍ସାହିତ ଥିବା କହିଥିଲେ। 'ସୁଭଦ୍ରା ଯୋଜନା' ନାରୀ ସଶକ୍ତୀକରଣକୁ ଆଗକୁ ବଢ଼ାଇବ ଏବଂ ଆର୍ଥିକ କ୍ଷେତ୍ରରେ ସ୍ବାଧୀନତା ଦେବ ପ୍ରଧାନମନ୍ତ୍ରୀ ମୋଦି ଟ୍ବିଟ କରି ଉଲ୍ଲେଖ କରିଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+