ଭୁବନେଶ୍ବରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି, ଗୁରୁବାର ପ୍ରବାସୀ ଭାରତୀୟ ସମ୍ମେଳନର କରିବେ ଉଦଘାଟନ

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ସନ୍ଧ୍ୟାରେ ଆସି ଭୁବନେଶ୍ୱରରେ ପହଞ୍ଚଛନ୍ତି। ବିଶାଖାପାଟଣାରେ ଏନ୍‌ଟିପିସିର ଅତ୍ୟାଧୁନିକ ଗ୍ରୀନ ହାଇଡ୍ରୋଜେନ ହବ୍‌ ପ୍ରକଳ୍ପର ଶିଳାନ୍ୟାସ କରିବା ପରେ ସେଠାରୁ ସିଧା ଭୁବନେଶ୍ବରରେ ଆସି ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ। ପ୍ରଧାନମନ୍ତ୍ରୀ ମୋଦୀ ଏଠାରେ ପହଞ୍ଚିଲା ପରେ ରାଜ୍ୟ ସରକାରଙ୍କ ତରଫରୁ ତାଙ୍କୁ ବିମାନବନ୍ଦରରେ ସ୍ବାଗତ ଓ ସମ୍ବର୍ଦ୍ଧନା ଦିଆଯାଇଛି। ପ୍ରଧାନମନ୍ତ୍ରୀଙ୍କ ସ୍ୱାଗତ ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ବର ମେୟର ସୁଲୋଚନା ଦାସ ପ୍ରମୁଖ ବିମାନବିନ୍ଦରରେ ପହଞ୍ଚିଛନ୍ତି।

ପ୍ରଧାନମନ୍ତ୍ରୀଙ୍କ ସ୍ବାଗତ ପାଇଁ ଓଡ଼ିଶାର କଳାକାରମାନେ ସେମାନଙ୍କର ପ୍ରଦର୍ଶନ କରିଛନ୍ତି। ବିମାନବନ୍ଦର ସମ୍ମୁଖ, କ୍ୟାପିଟାଲ ହସ୍‌ପିଟାଲ ସାମ୍ନା, ଏଜି ଛକ ଓ ରାଜଭବନ ଆଗରେ ଓଡ଼ିଶାର ସାଂସ୍କୃତିକ ତଥା ପାରଂପରିକ ଆଦିବାସୀ, ସମ୍ବଲପୁରୀ ନୃତ୍ୟ ଓ ବାଦ୍ୟ ସହିତ କଳାକାରମାନେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ସ୍ବାଗତ କରିବାକୁ ପ୍ରସ୍ତୁତ ଅଛନ୍ତି। ସେହିପରି ବିମାନବନ୍ଦର ଠାରୁ ରାଜଭବନ ପର୍ଯ୍ୟନ୍ତ ମୋଦୀଙ୍କ ରାସ୍ତାରେ ସମର୍ଥକଙ୍କର ଭିଡ଼ ଦେଖିବାକୁ ମିଳିଛି।

Prime Minister Modi

ପ୍ରଧାନମନ୍ତ୍ରୀ ମୋଦୀ ମଧ୍ୟ ନିଜର ସମର୍ଥକମାନଙ୍କୁ ନିରାଶ କରିନାହାନ୍ତି। ସମର୍ଥକଙ୍କୁ ହାତ ହଲାଇ ଅଭିବାଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ବିମାନବନ୍ଦରରୁ ସିଧାସଳଖ ରାଜଭବନ ଯିବେ ଏବଂ ସେଠାରେ ରାତ୍ରିଯାପନ କରିବେ। ଆସନ୍ତାକାଲି ପୂର୍ବାହ୍‌ଣରେ ରାଜଭବନରୁ ବାହାରି ଜନତା ମଇଦାନରେ ପହଞ୍ଚିବେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+