ପୁଣି ଦୋହରାଇଲେ ପ୍ରଧାନମନ୍ତ୍ରୀ; ଜୁନ୍ ୪ ଓଡ଼ିଶା ସରକାରଙ୍କ ଏକ୍ସପାଏରୀ ଡେଟ୍

ଓଡ଼ିଶାରେ ସରକାର ପରିବର୍ତ୍ତନ ହେବାକୁ ଯାଉଛି କହିଲେ ପ୍ରଧାନମନ୍ତ୍ରୀ । ଖବର ସରବରାହ ସଂସ୍ଥା ANIକୁ ସ୍ବତନ୍ତ୍ର ସାକ୍ଷାତକାରରେ ମୋଦି ପ୍ରତିକ୍ରିୟା ରଖିଛନ୍ତି । ଓଡ଼ିଶାର ଭାଗ୍ୟ ବଦଳିବ, ସେଠାରେ ସରକାର ପରିବର୍ତ୍ତନ ହେବାକୁ ଯାଉଛି ।

ଜୁନ୍ ୪ ବର୍ତ୍ତମାନର ଓଡ଼ିଶା ସରକାରଙ୍କ ଏକ୍ସପାଏରୀ ତାରିଖ ବୋଲି କହିଲେ ମୋଦି । ଜୁନ୍ ୧୦ ତାରିଖରେ ଓଡ଼ିଶାରେ ବିଜେପି ମୁଖ୍ୟମନ୍ତ୍ରୀ ଶପଥ ନେବେ ବୋଲି କହିଲେ ।

୨୫ ବର୍ଷରେ ଓଡ଼ିଶାରେ କୌଣସି ପ୍ରଗତି ହୋଇନି । ସବୁଠୁ ଚିନ୍ତାର ବିଷୟ, ଓଡ଼ିଶାର ପୂରା ବ୍ୟବସ୍ଥାକୁ ବନ୍ଧକ ରଖାଯାଇଛି । ଓଡ଼ିଶା ସେହି ବନ୍ଧନରୁ ବାହାରିଲେ ସମୃଦ୍ଧ ହେବ । ଓଡ଼ିଶା ପ୍ରାକୃତିକ ସଂପଦରେ ଭରପୂର, କିନ୍ତୁ ଲୋକେ ଗରିବ । ଏଥିପାଇଁ ରାଜ୍ୟ ସରକାର ଦାୟୀ, ଲୋକଙ୍କୁ ନ୍ୟାୟ ମିଳୁନି ବୋଲି କହିଲେ ମୋଦି ।

Prime Minister Modi statement

ଗୋଟିଏ ପଟେ ପ୍ରଧାନମନ୍ତ୍ରୀ ମୋଦୀ ବିଜେପି ସରକାର ଗଠନ ନେଇ ଦମ୍ଭୋକ୍ତି ଦେଖାଉଥିବା ବେଳେ ଅନ୍ୟପଟେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ମଧ୍ୟ ଓଡ଼ିଶାରେ ବିଜେଡି ଷଷ୍ଠଥର ସରକାର ଗଢିବ ବୋଲି କହି ଆସୁଛନ୍ତି ।

ଏପରିକି ୯ ତାରିଖରେ ନବୀନ ପଟ୍ଟନାୟକ ଷଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ବୋଲି ଦଳର ଷ୍ଟାର ପ୍ରଚାରକ ଭିକେ ପାଣ୍ଡିଆନ ବିଭିନ୍ନ ସଭାରେ କହିଛନ୍ତି । ତେଣୁ ଏସବୁ ଭିତରେ ଓଡ଼ିଶାରେ କିଏ ସରକାର ଗଢିବ ତାହା ଆସନ୍ତା ଜୁନ୍ ୪ରେ ସ୍ପଷ୍ଟ ହୋଇଯିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+