ମୁଖ୍ୟମନ୍ତ୍ରୀଙ୍କ ଜନ୍ମ ଦିନରେ ଶୁଭେଚ୍ଛା ଜଣାଇ ଖୁବ୍ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ଜାନୁଆରୀ ୬ ତାରିଖ ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜନ୍ମଦିନ ହୋଇଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଏନେକ ନେତା ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସମସ୍ତ ନେତା ମୁଖ୍ୟମନ୍ତ୍ରୀଙ୍କ ଶୁଭକାମନା କରିଥିବା ବେଳେ ପ୍ରଧାନମନ୍ତ୍ରୀ ମୋଦି ମୋହନଙ୍କୁ ଜନ୍ମ ଦିନର ଶୁଭେଚ୍ଛା ଜଣାଇ ତାଙ୍କର ଖୁବ ପ୍ରଶଂସା କରିଛନ୍ତି।

ମୋଦି ସୋସିଆଲ ମିଡ଼ିଆ ପ୍ଳାର୍ଟଫର୍ମ ଏକ୍ସରେ ଏକ ପୋଷ୍ଟ କରି ଲେଖିଛନ୍ତି, "ଓଡିଶାର ପରିଶ୍ରମୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ତାଙ୍କ ଜନ୍ମଦିନରେ ଶୁଭେଚ୍ଛା। ଜଣେ ତୃଣମୂଳ ସ୍ତରର ନେତା, ସେ ଜନସେବା ତଥା ଗରିବ ଲୋକଙ୍କୁ ସଶକ୍ତ କରିବାରେ ଆଗରେ ରହିଛନ୍ତି। ସେ ଓଡିଶାର ଅଗ୍ରଗତି ପାଇଁ ଉଲ୍ଲେଖନୀୟ ପ୍ରୟାସ କରୁଛନ୍ତି। ତାଙ୍କର ଦୀର୍ଘ ଏବଂ ସୁସ୍ଥ ଜୀବନ ପାଇଁ ପ୍ରାର୍ଥନା କରୁଛି।"












Click it and Unblock the Notifications