ଓଡ଼ିଶାରେ ପ୍ରଧାନମନ୍ତ୍ରୀ, 20 ହଜାର କୋଟିର ପ୍ରକଳ୍ପ ଦେଲେ ଭେଟି
ଚଣ୍ଡିଖୋଲ: ଓଡ଼ିଶା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଚଣ୍ଡିଖୋଲରେ ଆୟୋଜିତ କାର୍ଯ୍ୟକ୍ରମରେ ପହଞ୍ଚି ଓଡ଼ିଶାକୁ 20 ହଜାର କୋଟିର ପ୍ରକଳ୍ପ ଭେଟି ଦେଇଛନ୍ତି ପ୍ରଧାମନ୍ତ୍ରୀ ମୋଦୀ । ଏହି ଅବସରରେ ଏକତ୍ରିତ ଜନସାଧାରଣଙ୍କୁ ଉଦବୋଧନ ଦେଇ ମୋଦୀ କହିଛନ୍ତି ଓଡ଼ିଶାରେ ଆଜି ବିକାଶର ନୂଆ ଧାର ଆରମ୍ଭ ହୋଇଛି ।

'ଜୟ ଜଗନ୍ନାଥ' କହି ନିଜର ଉଦବୋଧନ ଆରମ୍ଭ କରିଥିଲେ ମୋଦୀ । ଆଜି ବିଜୁ ବାବୁଙ୍କ ଜନ୍ମ ବାର୍ଷିକୀରେ ତାଙ୍କୁ ସ୍ମରଣ କରି ମୋଦୀ କହିଛନ୍ତି ଓଡ଼ିଶା ଓ ଦେଶର ବିକାଶ ପାଇଁ ବିଜୁ ବାବୁଙ୍କ ଯୋଗଦାନ ସ୍ମରଣୀୟ । ସମଗ୍ର ଦେଶବାସୀଙ୍କ ପକ୍ଷରୁ ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି । ଆଜିର ପ୍ରକଳ୍ପ ଯୋଗୁଁ ଓଡ଼ିଶାରେ ନୂଆ ରୋଜଗାର ମିଳିବ । ଦେଶରେ ଏବେ ଏମିତି ସରକାର ଯିଏ ବର୍ତ୍ତମାନ ଓ ଭବିଷ୍ୟତ ଚିନ୍ତା କରୁଛି । ସରକାର ପୂର୍ବ ଭାରତର ସାମର୍ଥ୍ୟ ବଢ଼ାଇ ଚାଲିଛନ୍ତି । ପୂର୍ବ ଯୋଜନାରେ ପ୍ରକଳ୍ପ ଠିକ୍ ସମୟରେ ସରୁନଥିଲା । ଆମ ସରକାର ପ୍ରକଳ୍ପକୁ ନିର୍ଦ୍ଧାରିତ ସମୟରେ ସାରିବାକୁ ଗୁରୁତ୍ୱ ଦେଉଛି । ଆମ ସରକାର ପାରାଦୀପ ରିଫାଇନାରୀ କାମ ସାରିଥିଲା । ଓଡ଼ିଶାର ବିକାଶ ପାଇଁ ଆମେ ଗୁରୁତ୍ୱ ଦେଇଆସୁଛୁ । ଓଡ଼ିଶା ରେଳ ବଜେଟ ପ୍ରାୟ 12 ଗୁଣା ବଢ଼ାଇଛୁ ବୋଲି କହିଛନ୍ତ ମୋଦୀ ।
20 ହଜରା କୋଟି ପ୍ରକଳ୍ପରେ ରହିଛି କଣ...
- ଚଣ୍ଡିଖୋଲ-ପାରାଦୀପ ଜାତୀୟ ରାଜପଥର 8 ଥାକିଆ ରାସ୍ତାର ଶିଳାନ୍ୟାସ
- ତୈଳ ଓ ଗ୍ୟାସ, ରେଳବାଇ, ସଡ଼କ, ପରିବହନ ଓ ରାଜପଥ ଏବଂ ଆଣବିକ ଶକ୍ତି କ୍ଷେତ୍ରରେ ଅନେକ ପ୍ରକଳ୍ପର ଲୋକାର୍ପଣ
- ପାରାଦୀପ ବିଶୋଧନାଗାରରେ ଇଣ୍ଡିଆନ୍ ଅଏଲ୍ କରେସନ୍ ଲିମିଟେଡ୍ ମନୋଇଥିଲିନ୍ ଗ୍ଲାଇକୋଲ ପ୍ରକଳ୍ପର ଉଦଘାଟନ
- ପାରାଦୀପରୁ ପଶ୍ଚିମବଙ୍ଗର ହଳଦିଆ ଯାଏଁ 344 କିମି ପାଇପ୍ ଲାଇନର ଉଦଘାଟନ
- 162 କିମିର ବାଂଶପାଣି-ଦୈତାରୀ-ଟମକା-ଯଖପୁରା ରେଳ ଲାଇନ୍ ଦୋହରୀକରଣର ଉଦଘାଟନ
- କେନ୍ଦୁଝରଗଡ଼ ମାର୍ଗ ଦେଇ ପୁରୀ ଏବଂ ଆନନ୍ଦ ବିହାର ମଧ୍ୟରେ ନୂଆ ଟ୍ରେନ୍ କେନ୍ଦୁଝରଗଡ଼ ରେଳ ଷ୍ଟେନରୁ ଶୁଭାରମ୍ଭ
- କେନ୍ଦ୍ରାପଡ଼ା ଜିଲ୍ଲା ଦେଇ ହରିଦାସପୁର-ପାରାଦୀପ ରେଳପଥରେ ଯାତ୍ରୀବାହୀ ଟ୍ରେନ୍ ଚଳାଚଳ କରିବ
- ଏହି ମାର୍ଗରେ ପ୍ରଥମ ଥର ଯାତ୍ରୀବାହୀ ଟ୍ରେନ୍ ଚଳାଚଳ ପାରାଦୀପ-କେନ୍ଦୁଝରଗଡ଼ ମଧ୍ୟରେ କରିବ
- ଯାଜପୁରଠାରୁ ଉତ୍ତରପ୍ରଦେଶର ଦାଦ୍ରି ପର୍ଯ୍ୟନ୍ତ କଣ୍ଟେନର ଟ୍ରେନ୍ ସେବାର ଶୁଭାରମ୍ଭ












Click it and Unblock the Notifications