ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଜାଣନ୍ତୁ କଣ ରହିଛି କାର୍ଯ୍ୟ ସୂଚୀ

ଆଜି ପ୍ରଥମ ଥର ଲାଗି ମେକ୍ ଇନ ଓଡିଶାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସୁଛନ୍ତି । ଆଜି ଭୁବନେଶ୍ୱରରେ ଆୟୋଜିତ ଉତ୍କର୍ଷ ଓଡ଼ିଶା-ମେକ୍‌ ଇନ୍‌ ଓଡ଼ିଶା କନକ୍ଲେଭ୍‌-୨୦୨୫ରେ ଯୋଗଦେବେ । ଦୁଇଘଂଟା ପାଇଁ ସମ୍ମିଳନୀରେ ସାମିଲ ହେବେ ପ୍ରଧାନମନ୍ତ୍ରୀ । ମୋଦୀଙ୍କ ଗସ୍ତ ପୂର୍ବରୁ କାରକେଡ୍‌ ରିହର୍ଶାଲ ଶେଷ ହୋଇଛି। ଭୁବନେଶ୍ବରରେ ମୋଦୀ ୨ ଘଣ୍ଟା ୨୦ମିନିଟ୍‌ ରହିବେ। ସେଥିପାଇଁ ସମସ୍ତ ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରାଯାଇଛି । ବ୍ଲୁ ବୁକ ଗାଇଡଲାଇନ ମୁତାବକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ରୁଟ ଲାଇନିଂ ଓ ଟ୍ରାଫିକ ବ୍ୟବସ୍ଥା କୁ କଡାକଡି କରାଯାଇଛି ।

narendra modi

ଏସପିଜି ପୂର୍ବରୁ ଏହି ସୁରକ୍ଷା ବ୍ୟବସ୍ଥାର ତଦାରଖ କରିଛନ୍ତି। ଉତ୍କର୍ଷ ଓଡିଶା କାର୍ଯ୍ୟକ୍ରମ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ପାଇଁ ମୋଟ ୬୦ ପ୍ଲାଟୁନ ପୁଲିସ ଫୋର୍ସ ନିୟୋଜିତ ହେବେ । ୪୦୦ ରୁ ଉର୍ଦ୍ଧ୍ବ ଅଫିସର ସୁରକ୍ଷା ବ୍ୟବସ୍ଥାର ତଦାରଖ ଦାୟିତ୍ୱରେ ରହିଛନ୍ତି । ଆଜି ପୂର୍ବାହ୍ଣ ୧୦ଟା ୩୫ରେ ପ୍ରଧାନମନ୍ତ୍ରୀ ବାୟୁସେନାର ସ୍ବତନ୍ତ୍ର ବିମାନରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ ।

ସେଠା‌ରୁ ସେ ୧୦ଟା ୫୫ମିନିଟରେ ସିଧାସଳଖ ଜନତା ମୈଦାନରେ ପହଞ୍ଚିବେ । ଉତ୍କର୍ଷ ଓଡ଼ିଶା, ମେକ୍‌ ଇନ୍ ଓଡ଼ିଶା କନ୍‌କ୍ଲେଭ୍‌-୨୦୨୫ରେ ମୋଦୀ ଦିନ ୧୧ଟାରୁ ଅପରାହ୍ନ ୧୨ଟା ୩୦ ପର୍ଯ୍ୟନ୍ତ ରହିବେ। ଏହା ପରେ ‌ଦିନ ୧୨ଟା ୩୫ରେ ସଭାସ୍ଥଳରୁ ବିମାନବନ୍ଦର ଅଭିମୁଖେ ବାହାରିବେ। ଦିନ ୧୨ଟା ୫୫ମିନିଟ୍‌ରେ ଦିଲ୍ଲୀ ଫେରିଯିବେ ପ୍ରଧାନମନ୍ତ୍ରୀ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+