ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ, ବାତ୍ୟା ଅଞ୍ଚଳର କରିବେ ପରିଦର୍ଶନ
ଶୁକ୍ରବାର ଓଡ଼ିଶାରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ବାତ୍ୟା ପ୍ରଭାବତ ଅଞ୍ଚଳ ପରିଦର୍ଶନ କରିବେ । ବାତ୍ୟା କ୍ଷୟକ୍ଷତିର ଆକଳନ କରିବା ସହ ଆକାଶମାର୍ଗରୁ ସ୍ଥିତିର ଅନୁଧ୍ୟାନ କରିବେ ।
ଭୁବନେଶ୍ୱର : ଶୁକ୍ରବାର ଓଡ଼ିଶାରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ବାତ୍ୟା ପ୍ରଭାବତ ଅଞ୍ଚଳ ପରିଦର୍ଶନ କରିବେ । ବାତ୍ୟା କ୍ଷୟକ୍ଷତିର ଆକଳନ କରିବା ସହ ଆକାଶମାର୍ଗରୁ ସ୍ଥିତିର ଅନୁଧ୍ୟାନ କରିବେ ।

ବର୍ତ୍ତମାନ କ୍ଷୟକ୍ଷତି ଆକଳନ ନେଇ ଏକ ଉଚ୍ଚସ୍ତରୀୟ ବୈଠକରେ ଯୋଗ ଦେଇଛନ୍ତି । ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ବୈଠକରେ ଉପସ୍ଥିତ ଅଛନ୍ତି । ଏହା ବ୍ୟତୀତ ରାଜ୍ୟର ଅନ୍ୟ ବରିଷ୍ଠ ପ୍ରଶାସନିକ ଅଧିକାରୀ ମାନେ ମଧ୍ୟ ଏହି ବୈଠକରେ ଉପସ୍ଥିତ ଅଛନ୍ତି । ବାତ୍ୟାରେ ରାଜ୍ୟରେ କ'ଣ କ୍ଷତି ହୋଇଛି ସେ ନେଇ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ।
ଏହାପରେ 12 ଟା 15 ମିନିଟରେ ବିମାନ ଯୋଗେ ଆକାଶମାର୍ଗରୁ ବାତ୍ୟା ଓ ବନ୍ୟାଞ୍ଚଳର ଅନୁଧ୍ୟାନ କରିବେ । ବାତ୍ୟାରେ ଅଧିକ ପ୍ରଭାବିତ ହୋଇଥିବା ଭଦ୍ରକ ଓ ବାଲେଶ୍ବରରେ ସ୍ଥିତି ଅନୁଧ୍ୟାନ କରିବେ । ପରେ ଆକାଶ ମାର୍ଗରୁ ପଶ୍ଚିମବଙ୍ଗର ପୂର୍ବ ମେଦିନିପୁରର ସ୍ଥିତି ପରଖିବା ସହ ପଶ୍ଚିମବଙ୍ଗରେ ଏକ ବୈଠକ କରିବେ ପ୍ରଧାନମନ୍ତ୍ରୀ । ବାତ୍ୟା ୟାସ୍ ପ୍ରଭାବରେ ଓଡ଼ିଶା ଓ ପଶ୍ଚିମବଙ୍ଗରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ସ୍ବତନ୍ତ୍ର ପ୍ୟାକେଜ୍ ନେଇ ଓଡ଼ିଶା ସରକାର ନିଶ୍ଚିତ ଭାବରେ କେନ୍ଦ୍ର ପାଖରେ ଦାବି ରଖିବାକୁ ଦଳ ପକ୍ଷରୁ କୁହାଯାଇଛି ।
-
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଓଡ଼ିଶାର ଏହି ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍ -
ଗ୍ୟାସ ସଙ୍କଟକୁ ଏଡାଇବା ପାଇଁ କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି; ଲାଗୁ କଲେ ESMA ଆଇନ -
ମଧ୍ୟପ୍ରାଚ୍ୟରେ ଲକ୍ଷ ଲକ୍ଷ ଫସିଛନ୍ତି ଓଡ଼ିଆ, ଫେରାଇ ଆଣିବାର ଅନୁରୋଧ କଲେ ନବୀନ -
ମହାରାଷ୍ଟ୍ର ରାଜ୍ୟସଭା ନିର୍ବାଚନ; ୨୬ ନେତା ନିର୍ଦ୍ୱନ୍ଦ୍ୱରେ ବିଜୟୀ -
ଡାଇବେଟିସରେ ରୋଗୀ ଭାତ ଖାଇବା ଉଚିତ୍ ନା ନୁହେଁ, ଜାଣନ୍ତୁ ଏନେଇ....











Click it and Unblock the Notifications