For Quick Alerts
Turn On Notification  
For Daily Alerts
Oneindia App Download

ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ, ବାତ୍ୟା ଅଞ୍ଚଳର କରିବେ ପରିଦର୍ଶନ

ଶୁକ୍ରବାର ଓଡ଼ିଶାରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ବାତ୍ୟା ପ୍ରଭାବତ ଅଞ୍ଚଳ ପରିଦର୍ଶନ କରିବେ । ବାତ୍ୟା କ୍ଷୟକ୍ଷତିର ଆକଳନ କରିବା ସହ ଆକାଶମାର୍ଗରୁ ସ୍ଥିତିର ଅନୁଧ୍ୟାନ କରିବେ ।

|

ଭୁବନେଶ୍ୱର : ଶୁକ୍ରବାର ଓଡ଼ିଶାରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ବାତ୍ୟା ପ୍ରଭାବତ ଅଞ୍ଚଳ ପରିଦର୍ଶନ କରିବେ । ବାତ୍ୟା କ୍ଷୟକ୍ଷତିର ଆକଳନ କରିବା ସହ ଆକାଶମାର୍ଗରୁ ସ୍ଥିତିର ଅନୁଧ୍ୟାନ କରିବେ ।

Narendra-Modi

ବର୍ତ୍ତମାନ କ୍ଷୟକ୍ଷତି ଆକଳନ ନେଇ ଏକ ଉଚ୍ଚସ୍ତରୀୟ ବୈଠକରେ ଯୋଗ ଦେଇଛନ୍ତି । ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ବୈଠକରେ ଉପସ୍ଥିତ ଅଛନ୍ତି । ଏହା ବ୍ୟତୀତ ରାଜ୍ୟର ଅନ୍ୟ ବରିଷ୍ଠ ପ୍ରଶାସନିକ ଅଧିକାରୀ ମାନେ ମଧ୍ୟ ଏହି ବୈଠକରେ ଉପସ୍ଥିତ ଅଛନ୍ତି । ବାତ୍ୟାରେ ରାଜ୍ୟରେ କ'ଣ କ୍ଷତି ହୋଇଛି ସେ ନେଇ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ।

ଏହାପରେ 12 ଟା 15 ମିନିଟରେ ବିମାନ ଯୋଗେ ଆକାଶମାର୍ଗରୁ ବାତ୍ୟା ଓ ବନ୍ୟାଞ୍ଚଳର ଅନୁଧ୍ୟାନ କରିବେ । ବାତ୍ୟାରେ ଅଧିକ ପ୍ରଭାବିତ ହୋଇଥିବା ଭଦ୍ରକ ଓ ବାଲେଶ୍ବରରେ ସ୍ଥିତି ଅନୁଧ୍ୟାନ କରିବେ । ପରେ ଆକାଶ ମାର୍ଗରୁ ପଶ୍ଚିମବଙ୍ଗର ପୂର୍ବ ମେଦିନିପୁରର ସ୍ଥିତି ପରଖିବା ସହ ପଶ୍ଚିମବଙ୍ଗରେ ଏକ ବୈଠକ କରିବେ ପ୍ରଧାନମନ୍ତ୍ରୀ । ବାତ୍ୟା ୟାସ୍ ପ୍ରଭାବରେ ଓଡ଼ିଶା ଓ ପଶ୍ଚିମବଙ୍ଗରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ସ୍ବତନ୍ତ୍ର ପ୍ୟାକେଜ୍ ନେଇ ଓଡ଼ିଶା ସରକାର ନିଶ୍ଚିତ ଭାବରେ କେନ୍ଦ୍ର ପାଖରେ ଦାବି ରଖିବାକୁ ଦଳ ପକ୍ଷରୁ କୁହାଯାଇଛି ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
Prime Minister Narendra Modi Reached Bhubaneswar Airport
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X