ଆସନ୍ତାକାଲି ଓଡ଼ିଶା ଆସିବେ ମୋଦୀ, ଚଣ୍ଡିଖୋଲରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ ସହ କରିବେ ଶିଳାନ୍ୟାସ
ଭୁବନେଶ୍ୱର: ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏହି ଗସ୍ତ ସମୟରେ ଯାଜପୁର ଜିଲ୍ଲା ଚଣ୍ଡିଖୋଲର ବେଣାପୁରଠାରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି । ଏଥିସହ ସେଠାରେ ଆୟୋଜିତ ବିରାଟ ସାଧାରଣ ସଭାରେ ଉଦବୋଧନ ଦେବେ ।
ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଆଖି ଆଗରେ ରଖି ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରଦାର କରାଯାଇଛି । ସମାବେଶସ୍ଥଳ ବେଣାପୁର ପଡିଆକୁ ଯାଇ ସୁରକ୍ଷା ବ୍ୟବସ୍ଥାର ତଦାରଖ କରିଛନ୍ତି ପୁଲିସ ଡିଜି ଅରୁଣ ଷଡ଼ଙ୍ଗୀ ।

ଡିଜିପିଙ୍କ ସହ ଥିଲେ କେନ୍ଦ୍ରାଞ୍ଚଳ ଆଇଜି ଆଶିଷ ସିଂ, ଯାଜପୁର ଏସପି ଭିନିତ ଅଗ୍ରୱାଲଙ୍କ ସମେତ ବରିଷ୍ଠ ପୁଲିସ ଅଧିକାରୀ । ବେଣାପୁର ପଡ଼ିଆରେ ଅସ୍ଥାୟୀ ହେଲିପ୍ୟାଡ଼ କରାଯାଇଛି । ପରୀକ୍ଷାମୂଳକ ଭାବେ ବାୟୁସେନାର ଦୁଇଟି ହେଲିକପ୍ଟର ସେଠାରେ ଲ୍ୟାଣ୍ଡିଂ କରିଛି । ହେଲିପ୍ୟାଡ଼ ସହ ସଭାସ୍ଥଳ ତନଖି କରାଯାଇଛି ।
ପ୍ରଧାନମନ୍ତ୍ରୀ ଚଣ୍ଡିଖୋଲଠାରେ 19 ହଜାର 600 କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ । ଏହି ପ୍ରକଳ୍ପ ଗୁଡ଼ିକ ତୈଳ ଓ ଗ୍ୟାସ, ରେଳବାଇ, ସଡ଼କ, ପରିବହନ ଓ ରାଜପଥ ଏବଂ ଆଣବିକ ଶକ୍ତି କ୍ଷେତ୍ରର ରହିଛି ।
ପ୍ରଧାନମନ୍ତ୍ରୀ ମୋଦୀଙ୍କ ଓଡ଼ିଶା ଗସ୍ତ ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି ଯାଞ୍ଚ କରାଯାଇଛି ବୋଲି କହିଛନ୍ତି ଭୁବନେଶ୍ୱର ଡିସିପି ପ୍ରତୀକ ସିଂ । ସେ କହିଛନ୍ତି ପ୍ରଧାନମନ୍ତ୍ରୀ ମୋଦିଙ୍କ ଓଡ଼ିଶା ଗସ୍ତ ପୂର୍ବରୁ କଡ଼ାକଡ଼ି କରାଯାଇଛି ସୁରକ୍ଷା ବ୍ୟବସ୍ଥା । ପିଏମଙ୍କ ସୁରକ୍ଷା ପାଇଁ 12 ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ । ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ଦାୟିତ୍ୱରେ ଥିବା ଏସପିଜି ଏବଂ ସୁରକ୍ଷା ସଂକ୍ରାନ୍ତ ସମସ୍ତ ବିଭାଗ ସହ ଆଲୋଚନା ଚାଲିଛି । ବିମାନବନ୍ଦର ଓ ରାଜଭବନକୁ ହାଇ ସିକ୍ୟୁରିଟି ଜୋନରେ ରଖାଯାଇଛି ।
ବିମାନ ବନ୍ଦର ଆଖପାଖ ଅଞ୍ଚଳରେ ବହୁତଳ ପ୍ରସାଦ ଉପରେ ନଜର ରଖାଯାଇଛି । ସେଠାକାର ଲୋକଙ୍କ ପରିଚୟ ପତ୍ର ଓ ତଥ୍ୟ ପୋଲିସ୍ ପାଖରେ ରହିବ । ଯଦି ଆବଶ୍ୟକ ପଡେ ପ୍ରଧାନମନ୍ତ୍ରୀ ମୋଦୀ ରାଜଭବନ ଆସନ୍ତି । ତେବେ ରାଜଭବନରେ ସମସ୍ତ ବ୍ୟବସ୍ଥା ରଖାଯାଇଛି ବୋଲି କହିଛନ୍ତି ଡିସିପି ପ୍ରତୀକ ସିଂ ।
-
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ସଞ୍ଜୁ ସାମସନ ହୋଇପାରନ୍ତି ପରବର୍ତ୍ତୀ ଟି୨୦ ଅଧିନାୟକ -
ଦିଲ୍ଲୀ ଏମ୍ସରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅସ୍ତ୍ରୋପଚାର ସଫଳ, ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଏମ୍ସ ପକ୍ଷରୁ ସୂଚନା -
ବର୍ଷା ପାଇଁ ୪ ଜିଲ୍ଲାକୁ ଆଲର୍ଟ ଜାରି, ଆସନ୍ତା ୨୪ ଘଣ୍ଟାରେ... -
୬୯ ମଣ୍ଡି ନୋଡାଲ ଅଫିସର୍ଙ୍କ ମାର୍ଚ୍ଚ ମାସ ଦରମା ବନ୍ଦ, ଦରମା ବନ୍ଦ କଲେ ଜିଲ୍ଲାପାଳ -
ରାଜ୍ୟରେ ରନ୍ଧନ ଗ୍ୟାସ ସଙ୍କଟ, ଠିକ୍ ସମୟରେ ଆସୁନି ଗ୍ୟାସ୍ ସିଲିଣ୍ଡର -
ରାଜ୍ୟର ଏହି ୪ ଜିଲ୍ଲାରେ ଖୋଲିବ ଚାଉଳ ATM, ସୂଚନା ଦେଲେ ମନ୍ତ୍ରୀ -
୪ ଜିଲ୍ଲାରେ କାଳବେଶାଖୀ ସମ୍ଭାବନା -
IPL 2026: ଏହି ଦିନ ଘୋଷଣା ହେଵ କାର୍ଯ୍ୟସୂଚୀ !












Click it and Unblock the Notifications