ରୋଡ ଶୋ କରିବେ ନାହିଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି; ସୂଚନା ଦେଲେ ବିଜେପି ରାଜ୍ୟ ସଭାପତି

୨୯ତାରିଖ ଅପରାହ୍ନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୁବନେଶ୍ୱରରେ ପହଂଚିବେ । ୩ଦିନିଆ ଓଡ଼ିଶା ଗସ୍ତରେ ଆସୁଥିବା ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଖରେ ରାଜ୍ୟର ମୋହନ ସରକାର ନିଜର ରିପୋର୍ଟ କାର୍ଡ ରଖିବେ । ଏହାସହିତ ପ୍ରଧାନମନ୍ତ୍ରୀ ମୋଦି ବିଜେପି ରାଜ୍ୟ କାର୍ଯ୍ୟାଳୟକୁ ଯାଇ ସେଠାରେ ଦଳୀୟ ବିଧାୟକ,ସାଂସଦ ଓ ମନ୍ତ୍ରୀଙ୍କ ସମେତ ବରିଷ୍ଠ କର୍ମକର୍ତ୍ତାଙ୍କ ସହ ରାତ୍ରିଭୋଜନ କରିବେ ବୋଲି ଜଣାପଡ଼ିଛି ।

narendramodi

ଆଜି ଏ ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ମୋଦି ୨୯ତାରିଖ ଅପରାହ୍ନ ୪ଟା ୧୫ମିନିଟରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଂଚିବା ପରେ ସେଠାରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯିବ । ସେହି ବିମାନ ବନ୍ଦର ନିକଟରେ ଏକ ସାଧାରଣ ସଭାକୁ ପ୍ରଧାନମନ୍ତ୍ରୀ ମୋଦି ସମ୍ବୋଧିତ କରିବେ । ସେଠାରୁ ସିଧାସଳଖ ରାଜଭବନ ଯିବେ । ସନ୍ଧ୍ୟା ସାଢ଼େ ୬ଟାରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ପହଂଚିବେ । ପ୍ରାୟ ଦୁଇ ଘଂଟା ରହିବେ । ଦଳର ମନ୍ତ୍ରୀ, ସାଂସଦ, ବିଧାୟକ ଓ ରାଜ୍ୟ ପଦାଧିକାରୀଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବେ ଓ ପରେ ଏକାଠି ସମସ୍ତେ ପ୍ରଧାନମନ୍ତ୍ରୀଙ୍କ ସହ ରାତ୍ରିଭୋଜନ କରିବାର କାର୍ଯ୍ୟକ୍ରମ ରହିଛି ବୋଲି ଶ୍ରୀ ସାମଲ କହିଛନ୍ତି ।

ସ୍ୱାଧୀନତା ପରେ ପ୍ରଥମଥର ପାଇଁ ଓଡ଼ିଶାରେ ସର୍ବଭାରତୀୟ ପୁଲିସ ଡିଜି ସମ୍ମିଳନୀ ଆୟୋଜନ ହେଉଛି । ସମ୍ମିଳନୀର ଦ୍ୱିତୀୟ ଦିନ ଅର୍ଥାତ୍ ନଭେମ୍ବର ୩୦ତାରିଖରେ ପ୍ରଧାନମନ୍ତ୍ରୀ ଏହି ସମ୍ମିଳନୀରେ ଯୋଗ ଦେଇ ଡିସେମ୍ବର ୧ରେ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ । ତେବେ ମୋଦିଙ୍କ ଗସ୍ତବେଳେ ରୋଡ୍ ଶୋ' ହେବନି ବୋଲି ରାଜ୍ୟ ସଭାପତି ଶ୍ରୀ ସାମଲ ସୂଚନା ଦେଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+