ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ, ରାଜ୍ୟପାଳ ଓ ଆନ୍ଧ୍ର ରାଜ୍ୟପାଳଙ୍କ ଶୋକ
ବିଶିଷ୍ଟ ସଙ୍ଗାତଜ୍ଞ ପ୍ରଫୁଲ୍ଲ କରଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି । ଓଡ଼ିଶା ସଂଗୀତ ଦୁନିଆର କିମ୍ବଦନ୍ତୀ ପୁରୁଷ ପ୍ରଫୁଲ୍ଲ କରଙ୍କ ଦେହାନ୍ତ ଖବର ଶୁଣି ମର୍ମାହତ ବୋଲି ଉଲ୍ଲେଖ କରିଛନ୍ତି ପ୍ରଧାନମନ୍ତ୍ରୀ ।
ଭୁବନେଶ୍ୱର : ବିଶିଷ୍ଟ ସଙ୍ଗାତଜ୍ଞ ପ୍ରଫୁଲ୍ଲ କରଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି । ଓଡ଼ିଶା ସଂଗୀତ ଦୁନିଆର କିମ୍ବଦନ୍ତୀ ପୁରୁଷ ପ୍ରଫୁଲ୍ଲ କରଙ୍କ ଦେହାନ୍ତ ଖବର ଶୁଣି ମର୍ମାହତ ବୋଲି ଉଲ୍ଲେଖ କରିଛନ୍ତି ପ୍ରଧାନମନ୍ତ୍ରୀ ।

ଓଡ଼ିଆ ସଂଗୀତ ଓ ସଂସ୍କୃତି ପାଇଁ ତାଙ୍କର ଅନନ୍ୟ ଯୋଗଦାନ ତାଙ୍କୁ ସ୍ମରଣୀୟ କରି ରଖିବ । ଶ୍ରୀଯୁକ୍ତ କର ଅନେକ ପ୍ରତିଭାର ଅଧିକାରୀ ଏବଂ ତାଙ୍କର ସୃଜନଶୀଳତା କାର୍ଯ୍ୟରେ ପ୍ରତିଫଳିତ ହୁଏ । ସେହିପରି ପରିବାର ଏବଂ ପ୍ରଶଂସକଙ୍କୁ ସମବେଦନା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।
ଶ୍ରୀଯୁକ୍ତ ପ୍ରଫୁଲ୍ଲ କରଙ୍କ ଦେହାନ୍ତ ଖବର ଶୁଣି ମର୍ମାହତ । ଓଡ଼ିଆ ସଂଗୀତ ଓ ସଂସ୍କୃତି ପାଇଁ ତାଙ୍କର ଅନନ୍ୟ ଯୋଗଦାନ ତାଙ୍କୁ ସ୍ମରଣୀୟ କରି ରଖିବ । ଶ୍ରୀଯୁକ୍ତ କର ଅନେକ ପ୍ରତିଭାର ଅଧିକାରୀ ଏବଂ ତାଙ୍କର ସୃଜନଶୀଳତା କାର୍ଯ୍ୟରେ ପ୍ରତିଫଳିତ ହୁଏ । ପରିବାର ଏବଂ ପ୍ରଶଂସକଙ୍କୁ ସମବେଦନା ଜଣାଉଛି । ଓଁ ଶାନ୍ତି ।
— Narendra Modi (@narendramodi) April 18, 2022
ସେହିପରି ପ୍ରଫୁଲ୍ଲ କରଙ୍କ ପରଲୋକରେ ରାଜ୍ୟପାଳ ଗଭୀର ଶୋକ ପ୍ରକାଶ କରିଛନ୍ତି । ଗାୟକ, ନିର୍ଦ୍ଦେଶକ ତଥା ଗୀତିକାର ଭାବରେ ତାଙ୍କର କୃତି କୀର୍ତ୍ତି ଚିର ସ୍ମରଣୀୟ ରହିବ ବୋଲି ପ୍ରକାଶ କରି ଶୋକସନ୍ତପ୍ତ ପରିବାରବର୍ଗ ଓ ପ୍ରଫୁଲ୍ଲ ସଙ୍ଗୀତ ପ୍ରେମୀଙ୍କୁ ସମବେଦନା ଜଣାଇଛନ୍ତି ।
ଓଡିଶା ସଙ୍ଗୀତ ଜଗତର କିମ୍ବଦନ୍ତୀ ସଙ୍ଗୀତଜ୍ଞ ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କ ପରଲୋକରେ ମାନ୍ୟବର ରାଜ୍ୟପାଳ ଗଭୀର ଶୋକ ପ୍ରକାଶ କରିଛନ୍ତି l ଗାୟକ, ନିର୍ଦ୍ଦେଶକ ତଥା ଗୀତିକାର ଭାବରେ ତାଙ୍କର କୃତି ଓ କୀର୍ତ୍ତି ଚିର ସ୍ମରଣୀୟ ରହିବ ବୋଲି ପ୍ରକାଶ କରି ଶୋକସନ୍ତପ୍ତ ପରିବାରବର୍ଗ ଓ ପ୍ରଫୁଲ୍ଲ ସଙ୍ଗୀତପ୍ରେମୀମାନଙ୍କୁ ସମବେଦନା ଜଣାଇଛନ୍ତି l
— Governor Odisha (@GovernorOdisha) April 18, 2022
ଓଡ଼ିଶାର ସୁନାମଧନ୍ୟ ସଂଗୀତ ନିର୍ଦେଶକ ତଥା କଣ୍ଠଶିଳ୍ପୀ ପ୍ରଫୁଲ୍ଲ କରଙ୍କ ବିୟୋଗରେ ଆନ୍ଧ୍ର ପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶ୍ରୀ କରଙ୍କ ବିୟୋଗରେ ସେ ଅତ୍ୟନ୍ତ ମର୍ମାହତ ଓ ଦୁଃଖିତ ହେବା ସହିତ ଓଡ଼ିଶାର ସଂଗୀତ ଓ କଳା କ୍ଷେତ୍ରରୁ ଏକ ଉଜ୍ଜଳ ନକ୍ଷତ୍ରର ଅବସାନ ଘଟିବା ବ୍ୟକ୍ତ କରିଛନ୍ତି ।
ଓଡ଼ିଶାର ସୁନାମଧନ୍ୟ ସଂଗୀତ ନିର୍ଦେଶକ ତଥା କଣ୍ଠଶିଳ୍ପୀ ପ୍ରଫୁଲ୍ଲ କରଙ୍କ ବିୟୋଗରେ ଆନ୍ଧ୍ର ପ୍ରଦେଶ ରାଜ୍ୟପାଳ ଶ୍ରୀ ବିଶ୍ୱଭୂଷଣ ହରିଚନ୍ଦନ ଗଭୀର ଶୋକ ପ୍ରକାଶ କରିଛନ୍ତି l ଶ୍ରୀ କରଙ୍କ ବିୟୋଗରେ ସେ ଅତ୍ୟନ୍ତ ମର୍ମାହତ ଓ ଦୁଃଖିତ ହେବା ସହିତ ଓଡ଼ିଶାର ସଂଗୀତ ଓ କଳା କ୍ଷେତ୍ରରୁ ଏକ ଉଜ୍ଜଳ ନକ୍ଷତ୍ରର ଅବସାନ ଘଟିବା ବ୍ୟକ୍ତ କରିଛନ୍ତି l
— Governor of Andhra Pradesh (@governorap) April 18, 2022












Click it and Unblock the Notifications