ଜୁନ୍‌ ୨୦ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ; ସୁରେଶ ପୂଜାରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୁନ୍ ୧୨ ନୁହେଁ, ବରଂ ୨୦ ତାରିଖରେ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ଓଡ଼ିଶାରେ ବିଜେପି ସରକାରଙ୍କ ପ୍ରଥମ ବାର୍ଷିକୀ ପାଳନ ଉତ୍ସବରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୁନ୍ ୨୦ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ। ପ୍ରଧାନମନ୍ତ୍ରୀ ମୋଦୀଙ୍କ ଗସ୍ତ କାର୍ଯ୍ୟକ୍ରମ ଏବଂ ତାଙ୍କ ଗସ୍ତ ସମୟରେ ଘୋଷଣା ସମ୍ପର୍କରେ ଅଧିକ ବିବରଣୀକୁ ଅପେକ୍ଷା କରାଯାଇଛି। ଏଥିଲାଗି ରାଜ୍ୟ ସରକାର ତତ୍ପର ହୋଇଉଠିଛନ୍ତି।

modi

ଭୁବନେଶ୍ୱରର ଜନତା ମଇଦାନରେ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ବିଜେପି ସରକାର ଗତ ବର୍ଷ ଦାୟିତ୍ୱ ଗ୍ରହଣ କରିବା ପରଠାରୁ ନିଜର ସଫଳତା ବଖାଣିବେ। ସୂତ୍ର ଅନୁଯାୟୀ ଏହି ଉତ୍ସବରେ ଏକ ପ୍ରଦର୍ଶନ ରିପୋର୍ଟ କାର୍ଡ, ବିଷୟବସ୍ତୁ ଡକ୍ୟୁମେଣ୍ଟାରୀ ଏବଂ ମହିଳା ସଶକ୍ତିକରଣ, ଯୁବ ବିକାଶ, ଆଦିବାସୀ କଲ୍ୟାଣ ଏବଂ କୃଷକଙ୍କ ସମସ୍ୟା ଉପରେ କେନ୍ଦ୍ରିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ଆୟୋଜନ କରାଯିବ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୁନ୍ ୧୨ ନୁହେଁ, ବରଂ୨୦ ତାରିଖରେ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+