ସରିଲା ପ୍ରଧାନମନ୍ତ୍ରୀ ଫସଲ ବୀମା କ୍ଷୟକ୍ଷତି ଆକଳନ: ବ୍ୟାଙ୍କ ଖାତାକୁ ଗଲା ୨୧.୯୬ କୋଟି

ଅଦିନିଆ ବର୍ଷା ପାଇଁ ରାଜ୍ୟରେ କ୍ଷତିଗ୍ରସ୍ତ ହୋଇଥିବା ଫସଲର କ୍ଷୟକ୍ଷତି ଆକଳନ କାମ ଶେଷ ହୋଇଛି। ଆଜି ସୁଦ୍ଧା ପ୍ରାୟ ୧ ଲକ୍ଷ କ୍ଷତିଗ୍ରସ୍ତ ପ୍ଲଟ୍ରେ ଚାଷୀଙ୍କୁ ମୋଟ ୨୧ କୋଟି ୯୬ ଲକ୍ଷ ଟଙ୍କା କ୍ଷତିପୂରଣ ସେମାନଙ୍କ ବ୍ୟାଙ୍କ ଖାତାକୁ ପ୍ରଦାନ କରାଯାଇଛି। ବୀମା କମ୍ପାନିମାନଙ୍କ ପକ୍ଷରୁ ଏହି କ୍ଷତିପୂରଣ ପ୍ରଦାନ ପ୍ରକ୍ରିୟା ଜାରି ରହିଛି।

ଗତ ଡିସେମ୍ବର ମାସରେ ଦୁଇ ଥର ଅଦିନିଆ ବର୍ଷା ଯୋଗୁଁ ରାଜ୍ୟରେ ଅମଳ ହୋଇ ସାରି ଜମିରେ ଥିବା ଧାନ ଫସଲର ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଏଥିପାଇଁ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ପଞ୍ଜୀକୃତ ଚାଷୀମାନଙ୍କୁ କ୍ଷତିପୂରଣ ପ୍ରଦାନ ପାଇଁ ୭୨ ଘଣ୍ଟା ମଧ୍ୟରେ ଫସଲ ବୀମା ପୋର୍ଟାଲରେ କ୍ଷୟକ୍ଷତିର ସୂଚନା ଦେବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁରୋଧ କରାଯାଇଥିଲା। କେନ୍ଦ୍ର ସରକାରଙ୍କ ଅନୁମତି କ୍ରମେ ନିର୍ଦ୍ଧାରିତ ସମୟ ମଧ୍ୟରେ ସୂଚନା ପ୍ରଦାନ କରି ନ ଥିବା ଚାଷୀମାନଙ୍କୁ ସୂଚନା ପ୍ରଦାନ ନିମନ୍ତେ ପୁନର୍ବାର ଆଉ ୩ଦିନ ସୁଯୋଗ ଦିଆଯାଇଥିଲା ।

Prime Minister s Crop Insurance

ପୋର୍ଟାଲରେ ୨ ଲକ୍ଷ ୭୨୯ଟି ପ୍ଲଟରେ କ୍ଷତିଗ୍ରସ୍ତ ବୀମାଭୁକ୍ତ ଚାଷୀଙ୍କ ଆବେଦନ

ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ବୀମାଭୁକ୍ତ ହୋଇଥିବା ପଞ୍ଜୀକୃତ ଚାଷୀ ଫସଲବୀମା ପୋର୍ଟାଲରେ ମୋଟ ୨,୦୦,୭୨୯ଟି ପ୍ଲଟ୍ରେ କ୍ଷତି ହୋଇଥିବାର ଆବେଦନ କରିଥିଲେ। ତହିଁରୁ ଗଞ୍ଜାମରେ ସର୍ବାଧିକ ୪୭ହଜାର ୯୬୯ ସଂଖ୍ୟକ ଆବେଦନ ପତ୍ର ମିଳିଥିବା ବେଳେ ଗଜପତି, ପୁରୀ, କେନ୍ଦ୍ରାପଡ଼ା, ନୟାଗଡ଼, କଟକ, ଖୋର୍ଦ୍ଧା ଓ ଜଗତସିଂହପୁର ଜିଲ୍ଲାରୁ ୧ଲକ୍ଷ ୬୨ହଜାର ୯୭୨ ସଂଖ୍ୟକ ଆବେଦନ ପତ୍ର ମିଳିଥିଲା। ତୁରନ୍ତ କ୍ଷେତ୍ରୀୟ ସ୍ତରରେ ଫସଲ କ୍ଷତି ଆକଳନ କାର୍ଯ୍ୟ ତୁରନ୍ତ ଶେଷ କରିବା ପାଇଁ ୪ଟି ବୀମା କମ୍ପାନିଙ୍କୁ ରାଜ୍ୟ ସରକାରଙ୍କ ତରଫରୁ ନିର୍ଦ୍ଦେଶ ଦିଆଯାଇଥିଲା। ବୀମା କମ୍ପାନି ପକ୍ଷରୁ ଅମଳ ପରବର୍ତ୍ତୀ ଫସଲ କ୍ଷୟକ୍ଷତି ଆକଳନ କାର୍ଯ୍ୟ ସମ୍ପୂର୍ଣ୍ଣ କରାଯାଇ କ୍ଷତିପୂରଣ ପ୍ରଦାନ କରାଯାଉଛି। ରାଜ୍ୟ ସରକାରଙ୍କ କୃଷି ଓ ସମବାୟ ବିଭାଗର ଉଚ୍ଚ ପଦସ୍ଥ ଅଧିକାରୀମାନେ ଏହାର ତଦାରଖ ଓ ସମୀକ୍ଷା କରୁଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+