Get Updates
Get notified of breaking news, exclusive insights, and must-see stories!

ବାଲେଶ୍ୱର ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଅଭିଯୁକ୍ତ HOD ଗିରଫ , ପ୍ରିନ୍ସିପାଲ ସସ୍‌ପେଣ୍ଡ

ଫକୀର ମୋହନ ମହାବିଦ୍ୟାଳୟ ପରିସରରେ ନିଜ ଦେହରେ ନିଆଁ ଲଗାଇ ଗୁରୁତର ହୋଇଥିବା ଛାତ୍ରୀଙ୍କୁ ଆଜି ସନ୍ଧ୍ୟାରେ ଭୁବନେଶ୍ବରସ୍ଥିତ ଏମ୍‌ସରେ ଭର୍ତ୍ତି କରାଯାଇଛି। ଛାତ୍ରୀ ଜଣକ ନିଜ ଦେହରେ ନିଆଁ ଲଗାଇ ଗୁରୁତର ହେଲା ପରେ ଚିକିତ୍ସା ପାଇଁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୁଲିସ କାର୍ଯ୍ୟାନୁଷ୍ଠାନ ସ୍ବରୂପ ଅଭିଯୁକ୍ତ ଅଧ୍ୟାପକ ସମୀର ସାହୁଙ୍କୁ ଥାନାକୁ ନେଇ ପଚରାଉଚୁରା କରୁଛି। ଆତ୍ମାହୁତି ଉଦ୍ୟମ ଘଟଣାରେ ଅଭିଯୁକ୍ତ HOD ଗିରଫ , ଗିରଫ କରି କୋର୍ଟ ଚାଲାଣ କରାଯାଇଛି କହିଲେ ବାଲେଶ୍ୱର ଏସ୍‌ପି

ବର୍ତ୍ତମାନ ବାଲେଶ୍ୱର ଏଫଏମ ପ୍ରିନ୍ସିପାଲ ଓ ଶିକ୍ଷା ବିଭାଗ ଏଚଓଡିଙ୍କୁ ସସ୍‌ପେଣ୍ଡ କରାଯିବା ଖବର ସାମ୍ନାକୁ ଆସିଛି। ପ୍ରିନ୍ସିପାଲ ଦିଲ୍ଲୀପ ଘୋଷ ଏବଂ ଏଚଓଡି ସମୀର ସାହୁଙ୍କୁ ସସ୍‌ପେଣ୍ଡ କରାଯାଇଛି।

suraj

ଛାତ୍ରୀଙ୍କ ଆତ୍ମାହୂତୀ ଉଦ୍ୟମ ଘଟଣାରେ ସସ୍‌ପେଣ୍ଡ କରିଛି ଉଚ୍ଚଶିକ୍ଷା ବିଭାଗ। କାର୍ଯ୍ୟାନୁଷ୍ଠାନ ବାବଦରେ ସୂଚନା ଦେଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ସୂଚନାଯୋଗ୍ୟ, ମହାବିଦ୍ୟାଳୟର ଜଣେ ଅଧ୍ୟାପକ ଦୁର୍ବ୍ୟବହାର କରୁଥିବା ନେଇ ଛାତ୍ରୀ ଜଣକ ଅଧ୍ୟକ୍ଷଙ୍କୁ ଅଭିଯୋଗ କରିଥିଲେ।

କିନ୍ତୁ କଲେଜ କର୍ତ୍ତୃପକ୍ଷ ଅଭିଯୁକ୍ତ ଅଧ୍ୟାପକଙ୍କ ବିରୋଧରେ କୌଣସି ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଶୀଘ୍ର ନେଇ ନଥିବାରୁ ଅଶାନ୍ତିରେ ଦିନ କାଟୁଥିଲେ। ଏହି ମାମଲାର କୌଣସି ଦୃଷ୍ଟାନ୍ତମୂଳକ ସମାଧାନ ପାଇଁ ମଧ୍ୟ ଉଦ୍ୟମ କରାଯାଇନଥିଲା। ଏହି କାରଣରୁ ଛାତ୍ରୀ ଜଣକ ମାନସିକ ଚାପରେ ଥିଲେ। ଶେଷରେ ଜୀବନ ହାରିବାକୁ ନିଷ୍ପତ୍ତି ନେଇଥିଲେ ଏବଂ ଆଜି ନିଜ ଦେହରେ ନିଆଁ ଲଗାଇ ଦେଇଥିଲେ।

ଦେହରେ ନିଆଁ ଲାଗିବା ପରେ ଛାତ୍ରୀଜଣକ ଗୁରୁତର ଅବସ୍ଥାରେ ଛଟପଟ ହେଉଥିବା ବେଳେ ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରିଥିଲେ। ପ୍ରାଥମିକ ଚିକିତ୍ସା ପାଇଁ ତାଙ୍କୁ ପ୍ରଥମେ ବାଲେଶ୍ୱର ଜିଲ୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ସ୍ୱାସ୍ଥ୍ୟବସ୍ଥା ସଂକଟାପନ୍ନ ହେବାରୁ ଭୁବନେଶ୍ୱର ଏମ୍ସକୁ ସ୍ଥାନାନ୍ତର କରାଯାଇଛି। ଅନ୍ୟପଟେ ଛାତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ଦୁଇ ଜଣ ଛାତ୍ର ଆହତ ହୋଇଛନ୍ତି। ସେମାନେ ବାଲେଶ୍ୱର ମେଡିକାଲ କଲେଜରେ ଚିକିତ୍ସିତ ହେଉଛନ୍ତି। ଛାତ୍ରୀ ୧୨ ଦିନ ହେଲା ମାନସିକ ଚାପରେ ଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+