ବିଧାନସଭାକୁ ଅଚଳ କରିଦେବାକୁ ଷଡ଼ଯନ୍ତ୍ର କରୁଛି କଂଗ୍ରେସ

ବିଧାନସଭା ପବିତ୍ର ଗୃହ ଯେଉଁଠି ରାଜ୍ୟର ବିକାଶ ପାଇଁ ନୀତି ପ୍ରଣୟନ ହେବ କଥା ସେଠି ନିଜର ରାଜନୈତିକ ସ୍ୱାର୍ଥ କୁ ଚରିତାର୍ଥ କରିବା ପାଇଁ ଦୀର୍ଘ ଦିନ ହେବ ହାଇଡ୍ରାମା କରାଯାଉଛି। ୭ ମାର୍ଚ୍ଚ ରୁ ଏଭଳି ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳୁଛି । ଯାହା କି ବିଧାନସଭା ପରମ୍ପରାରେ କେବେ ବି ଗ୍ରହଣୀୟ ନୁହେଁ । ଯେତେବେଳେ ଏହା ଅସହଣିୟ ହେଲା ସେତେବେଳେ କଂଗ୍ରେସ ଦଳର ଜଣେ ବରିଷ୍ଠ ବିଧାୟକଙ୍କୁ ବାଚସ୍ପତି ନିଜର ଅନିଚ୍ଛା ସତେ ନିଲମ୍ବନ କଲେ ।

ଆଶା କରାଯାଉ ଥିଲା ଯେ ତାହା ପରେ କଂଗ୍ରେସ ବିଧାୟକ ମାନେ ନିଜ ଆଚରଣ ଉଚ୍ଚାରଣ ରେ ପରିବର୍ତ୍ତନ ଆଣିବେ ।ବିଧାନସଭା ନ ଚଳେଇ ଦେବାକୁ କଂଗ୍ରେସକୁ ଦିଲ୍ଲୀରୁ ଆସିଛି ନିର୍ଦେଶ ବୋଲି ଆଇନମନ୍ତ୍ରୀ ପୃଥିରାଜ ହରିଚନ୍ଦନ କହିଛନ୍ତି। ପୃଥିରାଜ ହରିଚନ୍ଦନ କହିଛନ୍ତି କଂଗ୍ରେସ ଦଳ ନିଜର ଅସ୍ତିତ୍ବ ବଞ୍ଚାଇବା ପାଇଁ ୨୭ ତାରିଖରେ ଆନ୍ଦୋଳନର ଡାକରା ଦେଇଛି।

congress is plotting to close the assembly

ବୁଡ଼ି ଯାଇଥିବା ଡ଼ଙ୍ଗାକୁ ବଞ୍ଚେଇବାକୁ ଉଦ୍ୟମ କରୁଛି। ଦିଲ୍ଲୀରୁ ନିର୍ଦ୍ଦେଶ ଆସିଛି ୨୭ ତାରିଖ ପର୍ଯ୍ୟନ୍ତ ଗୃହକୁ ଚଳେଇ ଦିଅ ନାହିଁ। ତାର ଅର୍ଥ ନୁହେଁ ଓଡ଼ିଶାର ସ୍ୱାର୍ଥକୁ ପ୍ରତିହତ କରିବ। ବିକାଶକୁ ହତ୍ୟା କରିବ। ଏଥିପାଇଁ ଭଗବାନ କେବେ ବି କ୍ଷମା ଦେବେନି। ବିଧାନସଭାରେ ଗୁଣ୍ଡା ରାଜ କରିବା, କଦର୍ଯ୍ୟ ଭାଷା ବ୍ୟବହାର କରିବା, ଘଣ୍ଟ ଘଣ୍ଟା ବଜେଇବା ଅଗଣତାନ୍ତ୍ରିକ ଓ ବଡ଼ ଅପରାଧ । ଏହି ଆଚରଣ ପାଇଁ କଂଗ୍ରେସକୁ ଲୋକେ ପ୍ରତ୍ୟାଖ୍ୟାନ କରିଥିଲେ ।

ନିଜର ରାଜନୈତିକ ଅସ୍ତିତ୍ବ ବଞ୍ଚେଇବା ଓଡ଼ିଶାର ଲୋକଙ୍କ ସ୍ୱାର୍ଥ କୁ ହନନ କରୁଛ କଂଗ୍ରେସ। ଆମେ ସ୍ପଷ୍ଟ ଭାବେ କହିଛୁ ଆଲୋଚନା କୁ ଆସନ୍ତୁ । କିନ୍ତୁ ଆଲୋଚନାକୁ ନ ଆସି ବାହାରେ ପ୍ରହସନ କରୁଛନ୍ତି । ଗୃହ କମିଟି ଯେଉଁ ଦାବି କରୁଛି କଂଗ୍ରେସ ସେଥିରେ କୌଣସି ଯୌକ୍ତିକତା ନାହିଁ । ବିଧାନସଭାର ରୂଲ ଆଣ୍ଡ ପ୍ରୋସିଜିୟର କହୁଛି କୌଣସି ନିର୍ଦ୍ଦିଷ୍ଟ ଘଟଣାରେ ଗୃହ କମିଟି ଗଠନ କରାଯାଏ ।

କିନ୍ତୁ ସାମଗ୍ରିକ ଘଟଣାକୁ ନେଇ ଗୃହ କମିଟି ଗଠନ କରାଯାଏ ନାହିଁ । ଯାହା କି କଂଗ୍ରେସର ସଦସ୍ୟ ମାନେ ଭଲ ଭାବେ ଜାଣିଛନ୍ତି । କେବଳ ଅଛିଣ୍ଡା ଅଙ୍କ କଥା କହି ଗୃହ କୁ ୱାସ୍ ଆଉଟ କରିବାକୁ ପରିକଳ୍ପନା କରିଛି କଂଗ୍ରେସ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+