Get Updates
Get notified of breaking news, exclusive insights, and must-see stories!

ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କୁ ପୁନର୍ବିଚାର ପାଇଁ ପ୍ରସ୍ତାବ

ଓଡ଼ିଶାରେ ବିଧାୟକମାନଙ୍କ ଦରମା ବୃଦ୍ଧି ପ୍ରସଙ୍ଗ ଏବେ ରାଜନୈତିକ ମହଲରେ ଚର୍ଚ୍ଚାର ବିଷୟ ପାଲଟିଛି । ଏହି ନିଷ୍ପତ୍ତିକୁ ନେଇ ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେବା ପରେ ଏବେ ଏହା ଉପରେ ପୁନର୍ବିଚାର କରିବାକୁ ଦାବି ଜୋର ଧରିଛି । ଗୁରୁବାର ଦିନ ବିଜେପି ବିଧାୟକ ଦଳର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ପରେ ଶାସକ ଦଳର ବିଧାୟକମାନେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଦରମା ବୃଦ୍ଧି ନିଷ୍ପତ୍ତିର ପୁନର୍ବିଚାର ପାଇଁ ଦାବି କରିଛନ୍ତି ।ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ଏନେଇ ସୂଚନା ଦେଇ କହିଛନ୍ତି ଯେ, ଲୋକମତକୁ ସମ୍ମାନ ଜଣାଇ ଦରମା ବୃଦ୍ଧି ନିଷ୍ପତ୍ତି ଉପରେ ପୁନର୍ବିଚାର କରିବାକୁ ସେମାନେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି । ଜନସାଧାରଣଙ୍କ ଭାବନାକୁ ଗୁରୁତ୍ୱ ଦେଇ ଏହି ପଦକ୍ଷେପ ନିଆଯାଇଛି ।

salary of MLAs

ସୂଚନାଯୋଗ୍ୟ ଯେ, ଗତ ଡିସେମ୍ବର ୯ ତାରିଖରେ ଶୀତକାଳୀନ ଅଧିବେଶନ ସମୟରେ ବିଧାନସଭାରେ ସର୍ବସମ୍ମତି କ୍ରମେ ବିଧାୟକଙ୍କ ଦରମା ଓ ଭତ୍ତା ବୃଦ୍ଧି ବିଲ୍ ପାରିତ ହୋଇଥିଲା । ଏଥିରେ ବିଧାୟକଙ୍କ ମୋଟ ଦରମା ଓ ଭତ୍ତା ୧ ଲକ୍ଷ ଟଙ୍କାରୁ ବୃଦ୍ଧି ପାଇ ୩ ଲକ୍ଷ ୪୫ ହଜାର ଟଙ୍କାକୁ ବୃଦ୍ଧି ପାଇଥିଲା । ଅର୍ଥାତ୍ ଦରମା ପ୍ରାୟ ତିନି ଗୁଣ ବଢ଼ିଥିଲା । ଏହା ସହିତ ପୂର୍ବତନ ବିଧାୟକଙ୍କ ପେନ୍‌ସନ୍‌ ରାଶିରେ ମଧ୍ୟ ବୃଦ୍ଧି ଘଟିଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+