NAC ମାନ୍ୟତା ଦାବିରେ ବୌଦ୍ଧ ଜିଲ୍ଲା ମନମୁଣ୍ଡା ବନ୍ଦ ଡାକରା; ସକାଳ ୬ଟାରୁ ସନ୍ଧ୍ୟା ୬ ଯାଏଁ ୧୨ ଘଣ୍ଟିଆ ବନ୍ଦ
NAC ମାନ୍ୟତା ଦାବିରେ ବୌଦ୍ଧ ଜିଲ୍ଲା ମନମୁଣ୍ଡା ବନ୍ଦ ଡାକରା । ସକାଳ ୬ଟାରୁ ସନ୍ଧ୍ୟା ୬ ଯାଏଁ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି । ଫଳରେ ଦୋକାନ ବଜାର ଗାଡ଼ିଚଳାଚଳ ବନ୍ଦ ରହିଛି । ରାସ୍ତାରେ ଆନ୍ଦୋଳକାରୀମାନେ ପିକେଟିଂ କରି ବନ୍ଦ ପାଳନ କରିଛନ୍ତି।
ଦୁଇ ଦିନ ତଳେ ରାଜ୍ୟ ସରକାରଙ୍କ ପକ୍ଷରୁ ନୂଆ ଏନଏସି ଘୋଷଣା ପରେ ମନମୁଣ୍ଡା ଏଥିରୁ ବାଦ ପଡ଼ିଥିଲା । ଆଉ ଆଜି କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ମନମୁଣ୍ଡା ପାଳନ କରାଯାଇଛି ।
NAC ଘୋଷଣା କରାନଯିବା ପ୍ରତିବାଦରେ ଅସନ୍ତୋଷ ଦେଖା ଦେଇଛି । ଗତକାଲି ପୁରୁଣାକଟକ ଓ ଲୋଇସିଂହା ବନ୍ଦ ଡାକରା ଦିଆଯାଇଥିଲା ।

ରାଜ୍ୟର ୨୦ଟି ଜିଲ୍ଲାରେ ୩୪ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ (NAC) ଗଠନ କରାଯିବ ବୋଲି ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଥିବା ବେଳେ ଏହାକୁ ନେଇ କେତେକ ସ୍ଥାନରେ ଅସନ୍ତୋଷ ଦେଖା ଦେଇଛି । ସେହିପରି ନୟାଗଡ଼ ଜିଲ୍ଲା ଭାପୁରୁକୁ NAC ଘୋଷଣା କରାନଯିବା ପ୍ରତିବାଦରେ ଅସନ୍ତୋଷ ଦେଖାଦେଇଛି ।
ଆଉ ଗତକାଲି ବୀରମହାରାଜପୁରକୁ ଏନ୍ଏସି ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ । ଯାହାଫଳରେ ନୂଆ ବିଜ୍ଞାପିତ ପରିଷଦ ସଂଖ୍ୟା ୩୫କୁ ବୃଦ୍ଧି ପାଇଛି । ନୂଆ ଏନ୍ଏସି ତାଲିକାରୁ ବୀରମହାରାଜପୁର ବାଦ୍ ପଡିବା ପରେ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ଦେଖାଯାଇଥିଲା । ପୂର୍ବରୁ ଏନେଇ ବାରମ୍ବାର ଆନ୍ଦୋଳନ କରାଯାଇଥିଲେ ବି ଦାବି ପୂରଣ ନହେବାରୁ ଆସନ୍ତାକାଲି ବୀରମହାରାଜପୁର ବନ୍ଦ କରିବାକୁ ଆହ୍ବାନ ଦେଇଥିଲେ ମଧ୍ୟ ବିଭିନ୍ନ ଦଳର ନେତା ।
ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ ଗୁଡିକ ହେଲା - ଅନୁଗୋଳ ଜିଲ୍ଲାର ପାଲଲହଡା ଓ ଛେଣ୍ଡିପଦା, ବାଲେଶ୍ୱର ଜିଲ୍ଲାର ବସ୍ତା ଓ ସିମୁଳିଆ, ବରଗଡ ଜିଲ୍ଲାର ପାଇକମାଳ ଓ ଭେଡେନ, ଭଦ୍ରକ ଜିଲ୍ଲାର ଅଗରପଡା, ବଲାଙ୍ଗିର ଜିଲ୍ଲାର ବେଲପଡା ଓ ସଂଇତଳା, ଯାଜପୁର ଜିଲ୍ଲାର ବିଞ୍ଝାରପୁର, ପାଣିକୋଇଲି, ଜାରକା ଓ ଚଣ୍ଡିଖୋଲ, କଳହାଣ୍ଡି ଜିଲ୍ଲାର ଜୟପାଟଣା, କନ୍ଧମାଳ ଜିଲ୍ଲାର ରାଇକିଆ, କୋରାପୁଟ ଜିଲ୍ଲାର ବୋରିଗୁମା, ନୂଆପଡା ଜିଲ୍ଲାର ସିନାପାଲି, ରାୟଗଡ ଜିଲ୍ଲାର ଚାନ୍ଦିଲି, ମୁନିଗୁଡା ଓ ବିଷମକଟକ, ସୁବର୍ଣ୍ଣପୁର ଜିଲ୍ଲାର ଡୁଙ୍ଗୁରିପାଲି, ସୁନ୍ଦରଗଡ ଜିଲ୍ଲାର ବଣେଇ, ଗଞ୍ଜାମ ଜିଲ୍ଲାର ଶେରଗଡ ଓ କୁକୁଡାଖଣ୍ଡି, ନୟାଗଡ ଜିଲ୍ଲାର କଣ୍ଟିଲୋ, ଖୋର୍ଦ୍ଧା ଜିଲ୍ଲାର ଟାଙ୍ଗୀ ଓ ବେଗୁନିଆ, କଟକ ଜିଲ୍ଲାର ସାଲେପୁର, ବଡମ୍ବା, ନରସିଂହପୁର ଓ ନିଆଳି, ମୟୁରଭଞ୍ଜ ଜିଲ୍ଲାର ବେତନଟି, ଢେଙ୍କାନାଳ ଜିଲ୍ଲାର ପରଜଙ୍ଗ ଏବଂ ବୌଦ୍ଧ ଜିଲ୍ଲାର କଣ୍ଟାମାଳ।












Click it and Unblock the Notifications