ଶୁକ୍ରବାର ସନ୍ଧ୍ୟା ୬ଟାରୁ ଶ୍ରୀଗୁଣ୍ଡିଚା ମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ

ଜନ୍ମବେଦୀ ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଲୀଳାଖେଳା ସରି ସରି ଆସୁଛି । ବାହୁଡା ଯାତ୍ରା ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି । ଆଜି ନନ୍ଦିଘୋଷ ରଥର ଦକ୍ଷିଣ ମୋଡ଼ କରାଗଲା । ଗତକାଲି ପ୍ରଥମେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥକୁ ଦକ୍ଷିଣ ମୋଡ଼ କରାଯାଇଥିବା ବେଳେ ପରେ ମହାପ୍ରଭୁ ବଳଭଦ୍ରଙ୍କ ତାଳଧ୍ଵଜ ରଥ ଦକ୍ଷିଣ ମୋଡ଼ କରାଯାଇଥିଲା l ସନ୍ଧ୍ୟା ହୋଇଯିଵାରୁ ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଦକ୍ଷିଣ ମୋଡ଼ କରାଯାଇନଥିଲା ।

gundicha mandir

ସେପଟେ ମହାପ୍ରଭୁଙ୍କ ପବିତ୍ର ବାହୁଡା ଯାତ୍ରାର ପୂର୍ବ ପ୍ରସ୍ତୁତି ତଥା ନୀତି ବହୁଳତା ଦୃଷ୍ଟିରୁ ଆସନ୍ତାକାଲି "ସନ୍ଧ୍ୟା ଦର୍ଶନ" ଥିବାରୁ ସନ୍ଧ୍ୟା ୬ଟାରୁ ଶ୍ରୀଗୁଣ୍ଡିଚା ମନ୍ଦିର ସିଂହଦ୍ୱାରରେ ସର୍ବସାଧାରଣ ପ୍ରବେଶ ବନ୍ଦ ରହିବ ବୋଲି ସୂଚନା ମିଳିଛି । ନିର୍ଦ୍ଧାରିତ ସମୟରେ ଶ୍ରୀଗୁଣ୍ଡିଚା ମନ୍ଦିର ଶୋଧ ଅନୁଷ୍ଠିତ ହେବା ପରେ ଶ୍ରୀଜୀଉଙ୍କର ଅନେକ ଗୁରୁତ୍ୱପୂର୍ଣ୍ଣ ନୀତି ସମ୍ପାଦନ କରାଯିବ । ଭକ୍ତ ଓ ଶ୍ରଦ୍ଧାଳୁ ମାନେ ବାହୁଡ଼ା ଯାତ୍ରା ଦିନ ରଥାରୂଢ ଶ୍ରୀବିଗ୍ରହମାନଙ୍କୁ ଦର୍ଶନ ସୌଭାଗ୍ୟ ଲାଭ କରିପାରିବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+