ଫେବ୍ରୁଆରୀ ୧ ରୁ ପେଟ୍ରୋଲ ପାଇଁ ଦରକାର PUCC ପ୍ରମାଣପତ୍ର
ମାସେ ଘୁଞ୍ଚିଲା PUCC କଟକଣା ଡେଡଲାଇନ । ବୈଧ PUCC ବିନା ଗାଡ଼ିକୁ ତେଲ ମନା ନିଷ୍ପତ୍ତି ଫେବ୍ରୁଆରୀ ପହିଲାକୁ ଘୁଞ୍ଚିଲା । ଜନସାଧାରଣଙ୍କ ସମସ୍ୟାକୁ ଦୃଷ୍ଟିରେ ରଖି ପରିବହନ ମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ କଟକଣା ମହଲତ ଅବଧି ବଢ଼ିଛି । ପୂର୍ବରୁ ଜାନୁଆରୀ ପହିଲାରୁ କଟକଣା ଲାଗୁ ପାଇଁ ନିଷ୍ପତ୍ତି ହୋଇଥିଲା । ଏପଟେ PUC ସାର୍ଟିଫିକେଟ ପାଇଁ ରାଜ୍ୟର ବିଭିନ୍ନ ପଲ୍ୟୁସନ ଟେଷ୍ଟିଂ ସେଣ୍ଟର ଆଗରେ ଲମ୍ବା ଲାଇନ ଦେଖିବାକୁ ମିଳୁଛି । ମୋଟର ଯାନ ଆଇନ ଅନୁଯାୟୀ ବୈଧ ପ୍ରଦୂଷଣ ପ୍ରମାଣ ପତ୍ର ନ ଥିବା ଯାନ ମାନେ ପ୍ରଦୂଷଣ ଯାଞ୍ଚ କରାଇନେବାକୁ ବିଭାଗ ପକ୍ଷରୁ ଅନୁରୋଧ କରାଯାଇଛି । ଅବଧିକୁ ବୃଦ୍ଧି କରାଯାଇଥିବାରୁ ଜନସାଧାରଣ ବିବ୍ରତ ନ ହୋଇ ସୁବିଧାରେ ଯାଞ୍ଚ କରାଇବେ ବୋଲି ଆଶା କରାଯାଉଛି ।

ଫେବ୍ରୁଆରୀ ୧ ପୂର୍ବରୁ କୌଣସି ପେଟ୍ରୋଲ ପମ୍ପରେ କାହାକୁ ମଧ୍ୟ ପ୍ରଦୂଷଣ ସାର୍ଟିଫିକେଟ ପାଇଁ ଇନ୍ଧନ ଦେବାକୁ ମନା କରାଯାଇପାରିବ ନାହିଁ । ଏହି ସମୟରେ ପ୍ରଦୂଷଣ ସାର୍ଟିଫିକେଟ ସଂକ୍ରାନ୍ତରେ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ଗ୍ରହଣ କରିବାକୁ ନିଷ୍ପତ୍ତି ହୋଇଛି ।












Click it and Unblock the Notifications