ପୁରୀ ଦୁର୍ଘଟଣା ; ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ପୁରୀ ଦୁର୍ଘଟଣାରେ ୫ ବର୍ଷୀୟ ନାବାଳକର ମୃତ୍ୟୁକୁ ନେଇ ସହାୟତା ଘୋଷଣା। ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଗଭୀର ଶୋକ ପ୍ରକାଶ ସହ CMRFରୁ ୪ ଲକ୍ଷର ସହାୟତା ଘୋଷଣା କରିଛନ୍ତି।
ବଳଗଣ୍ଡି ଛକରେ ସ୍କୁଟିରେ ଜେଜେବାପା ସହ ଯିବାବେଳେ ଦୁର୍ଘଟଣା ଘଟିଥିଲା। ବୋଲେରୋ ଧକ୍କାରେ ୫ ବର୍ଷୀୟ ନାତିର ମୃତ୍ୟୁ, ଜେଜେବାପା ଗୁରୁତର ।

ମିଳିଥିବା ସୂଚନା ଅନୁଯାୟୀ, ମେଡ଼ିକାଲ ଛକ ଆଡୁ ଶ୍ରୀମନ୍ଦିର ଆଡ଼କୁ ବୋଲେରୋ ଗାଡ଼ି ଆସୁଥିବା ବେଳେ ଅନ୍ୟପଟେ ଏକ ସ୍କୁଟିରେ ଜଣେ ବ୍ୟକ୍ତିଙ୍କ ସହ ତାଙ୍କ ନାବାଳକ ନାତି ଓ ଅନ୍ୟ ଜଣେ ନାବାଳକ ଆସୁଥିଲେ । ଏହି ସମୟରେ ବାଲଗଣ୍ଡି ଛକ ନିକଟରେ ସ୍କୁଟିକୁ ପଛଆଡ଼ୁ ବୋଲେରୋ ଧକ୍କା ଦେଇଥିଲା । ଯାହା ଫଳରେ ସ୍କୁଟିରେ ଯାଉଥିବା ତିନି ଜଣ କିଛି ବାଟ ଘୋଷାଡି ହୋଇ ଯିବା ସହ ଆହତ ହୋଇଥିଲେ । ଲୋକ ଆହତଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଥିବା ବେଳେ ବୋଲେରୋ ଚାଳକଙ୍କୁ କାବୁ କରିଛନ୍ତି । ତେବେ ଡାକ୍ତର ନାବାଳକଙ୍କୁ ମୃତ ଘୋଷଣା କରିଥିବା ବେଳେ ଅନ୍ୟ ଦୁଇଜଣଙ୍କ ଚିକିତ୍ସା ଜାରିରହିଛି । ପୋଲିସ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ଗାଡ଼ିକୁ ଜବତ କରିବା ସହ ଗାଡ଼ି ଚାଳକଙ୍କୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି ।












Click it and Unblock the Notifications