ପୁରୀ ବଳଙ୍ଗା ପୀଡ଼ିତାଙ୍କ ଅବସ୍ଥା ଗୁରୁତର: AIIMS ନିର୍ଦ୍ଦେଶକ
ଶନିବାର ପୁରୀ ଜିଲ୍ଲା ବଳଙ୍ଗା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ସାଙ୍ଗ ଘରକୁ ବହି ଆଣିବାକୁ ଯାଉଥିବା ବେଳେ ଜଣେ ନାବାଳିକାଙ୍କୁ ୩ ଜଣ ଦୁର୍ବୃତ୍ତ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ। ନାବାଳିକା ଜଣଙ୍କ ଦୁର୍ବୃତ୍ତଙ୍କ କବଳରୁ ଖସି ଆସି ତେରହଳ ଗାଁ ମୁଣ୍ଡରେ ଥିବା ଜଣଙ୍କ ଘରେ ପଶିଯାଇ ଜୀବନ ରକ୍ଷା କରିଥିଲେ। ନାବାଳିକାଙ୍କ ଗୋଡ଼ ହାତ ସହ ଶରୀର ପୋଡ଼ି ଯାଇଛି। ତାଙ୍କୁ ପ୍ରଥମେ ପିପିଲି ପରେ ଭୁବନେଶ୍ଵର ଏମ୍ସକୁ ସ୍ଥାନାନ୍ତର କରାଯାଇଛି। ବାଲେଶ୍ଵର ଏଫଏମ କଲେଜ ଛାତ୍ରୀଙ୍କ ଆତ୍ମାହୁତି ଘଟଣା ଥମି ନଥିବା ବେଳେ ଏହି ଘଟଣା ସାରା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।
ଗୁରୁତର ଚିକିତ୍ସା ପାଇଁ ଏମ୍ସ ଭୁବନେଶ୍ବରରେ ଭର୍ତ୍ତି ଥିବା ପୁରୀଜିଲ୍ଲା ବଳଙ୍ଗା ଅଞ୍ଚଳର ନାବାଳିକାର ଅବସ୍ଥା ଗୁରୁତର ଅଛି। ତାଙ୍କର ଶରୀର ୭୦ରୁ ୭୫ ପ୍ରତିଶତ ଜଳିଯାଇଛି। ଝିଅର ମାନସିକ ଅବସ୍ଥା ଭଲ ନାହିଁ। ତେଣୁ ତାଙ୍କରଗୁରୁତ୍ବପୂର୍ଣ୍ଣ ଚିକିତ୍ସା ଦରକାର ଅଛି। ନାବାଳିକାର ଭଲ ଚିକିତ୍ସା ପାଇଁ ଏମ୍ସ ଭୁବନେଶ୍ବରର ମେଡିକାଲ ଟିମ୍ ଉଦ୍ୟମ କରୁଛନ୍ତି। ଅଗାମୀ ୪୮ରୁ ୭୨ଘଣ୍ଟା ଗୁରୁତ୍ବପୂର୍ଣ୍ଣ। ଏମ୍ସ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ବାସ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି।

ଏମ୍ସ ଭୁବନେଶ୍ବର ନିର୍ଦ୍ଦେଶକ ଶ୍ରୀ ବିଶ୍ବାସ କହିଛନ୍ତି, ନାବାଳିକା ଜଣକ ଆଗାମୀ ୪୮ ଘଣ୍ଟା ଅବଜରଭେସନ୍ରେ ରହିବେ। ସେ ଏବେ ଭେଣ୍ଟିଲେଟରରେ ନାହାନ୍ତି। ଆଇସିୟୁରେ ଅକ୍ସିଜେନ୍ ସପୋର୍ଟରେ ଅଛନ୍ତି। ୨୦ରୁ୨୫ ପ୍ରତିଶତ ବ୍ୟତୀତ ଶରୀର ଅନ୍ୟ ସ୍ଥାନ ପୋଡ଼ିଛି। ଏହା ହେଉଛି ସେକେଣ୍ଡ ଓ ଥାର୍ଡ ଡିଗ୍ରୀ ବର୍ଣ୍ଣ। କିନ୍ତୁ ପୀଡ଼ିତା ଏବେ କଥାବାର୍ତ୍ତା କରୁଛନ୍ତି।
ନାବାଳିକାଙ୍କ ଚିକିତ୍ସାରେ ୧୪ ଜଣିଆ ଡାକ୍ତରୀ ଟିମ୍ ନିୟୋଜିତ ଅଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ ଭୁବନେଶ୍ବର ଏମ୍ସରେ ଭର୍ତ୍ତି କରାଯାଇଛି। ନାବାଳିକା ଜଣକ ପ୍ରାୟ ୭୦ ପ୍ରତିଶତ ପୋଡ଼ିଯାଇଥିବାରୁ ତାଙ୍କୁ ସ୍ବତନ୍ତ୍ର ଚିକିତ୍ସା ଦିଆଯାଉଛି। ବିଶେଷଜ୍ଞ ଡାକ୍ତର ସଂଜୟ ଗିରିଙ୍କ ନେତୃତ୍ବରେ ନାବାଳିକାଙ୍କ ଚିକିତ୍ସା ଜାରି ରହିଛି। ଏହି ଟମ୍ରେ ପ୍ରଫେସର ଅନୁପମ ଦେ, ପ୍ରଫେସର ମନୋଜ ପାଣିଗ୍ରାହୀ, ଡ. ଦେବାଶିଷ ଆଚାର୍ଯ୍ୟ, ଡ. ଆଲୋକ ସାହୁ, ଡ. ରିତେଶ ପଣ୍ଡା, ଡ. ସିନ୍ଧୁ ସୁଧା ସାହୁ, ଡ. ସୁବର୍ଣ୍ଣ ମିତ୍ର, ଡ. ପ୍ରୀତି ମୀନା, ଡ. ତରୁଣ କୁମାର ପାତ୍ର, ଡ. ଶ୍ୟାମସୁନ୍ଦର ବେହେରା, ଡ. ଦେବଶ୍ରୀ ଦାସ, ଡ. ମହାଲିଙ୍ଗମ୍ ଓ ପ୍ରିୟଦର୍ଶିନୀ ସାହୁ ଅଛନ୍ତି।












Click it and Unblock the Notifications