ପୁରୀ ବାଣ ବିସ୍ଫୋରଣ ଘଟଣା : ସହାୟତା ରାଶି ଘୋଷଣା ମୁଖ୍ୟମନ୍ତ୍ରୀ

ପୁରୀ ବାଣ ବିସ୍ଫୋରଣ ଘଟଣାରେ ବଡ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୃତକଙ୍କ ପରିବାରକୁ ମିଳିବ ୪ଲକ୍ଷ ଟଙ୍କାର ସହାୟତା ରାଶି । ଏହା ସହ ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

naveen patnaik

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ପୂର୍ବାହ୍ନରେ ଭୁବନେଶ୍ୱର ସମ୍ ହସ୍ପିଟାଲ ଯାଇ ସେଠାରେ ଚିକିତ୍ସିତ ହେଉଥିବା ଆଗତଙ୍କୁ ଭେଟିଥିଲେ । ସେମାନଙ୍କ ଚିକିତ୍ସା ବ୍ୟବସ୍ଥାରେ ରହିଥିବା ଡାକ୍ତରଙ୍କ ସହ ଆଲୋଚନା କରିଥିଲେ । ଏବଂ ସେମାନଙ୍କୁ ସର୍ବୋତ୍ତମ ଚିକିତ୍ସା ଯୋଗାଇଦେବା ପାଇଁ ପରାମର୍ଶ ଦେଇଥିଲେ।

ଆହତମାନଙ୍କ ଚିକିତ୍ସା ଖର୍ଚ୍ଚ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ବହନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ପରେ ମୁଖ୍ୟମନ୍ତ୍ରୀ ଆହତମାନଙ୍କ ପରିବାରବର୍ଗଙ୍କୁ ଭେଟିଥିଲେ ଏବଂ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଥିଲେ। ଏବେ ମୃତକଙ୍କ ପରିବାର ପାଇଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିବା ସହ ପୁରୀ ବାଣ ଦୁର୍ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଅତିରିକ୍ତ ମୁଖ୍ୟ ଶାସନ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ତଥା ସ୍ୱତନ୍ତ୍ର ରିଲିଫ୍ କମିଶନର ଏହି ତଦନ୍ତ କରିବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+