ପୁରୀ ବାଣ ବିସ୍ଫୋରଣ ଘଟଣା : ଦୁଃଖ ପ୍ରକାଶ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ନୂଆଦିଲ୍ଲୀ: ପୁରୀ ବାଣ ବିସ୍ଫୋରଣ ଘଟଣାରେ ଦୁଃଖ ପ୍ରକାଶ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଶ୍ରୀକ୍ଷେତ୍ରରେ ଭଉଁରୀରେ ଘଟିଥିବା ବାଣ ବିସ୍ଫୋରଣ ଘଟଣାରେ ଏଯାବତ ୩ ଜଣ ମୃତ୍ୟୁ ହୋଇଛି। ଏହି ଘଟଣାରୋ ରାଷ୍ଟ୍ରପତି ଦ୍ରୌପଦୀ ମୁ୍ର୍ମୁ ଏକ୍ସ ହ୍ୟାଣ୍ଡେଲରେ କହିଛନ୍ତି ପୁରୀରେ ଚନ୍ଦନ ଯାତ୍ରା ସମୟରେ ବାଣ ବିସ୍ଫୋରଣ ଘଟି କିଛି ଲୋକଙ୍କ ମୃତ୍ୟୁ ହୋଇଥିବା ଜାଣି ମୁଁ ଖୁବ୍ ଦୁଃଖିତ ଓ ମର୍ମାହତ ।

ମୃତକଙ୍କ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ସମସ୍ତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି ।
ଏପଟେ ଆହତଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ୱର ସମ ହସ୍ପିଟାଲ ଯାଇ ସେଠାରେ ଚିକିତ୍ସିତ ହେଉଥିବା ଆହତଙ୍କୁ ଭେଟିବା ସହ ସେମାନଙ୍କ ସ୍ୱାସ୍ଥ୍ୟ ସମ୍ପର୍କରେ ପଚାରି ବୁଝିଛନ୍ତି । ସମସ୍ତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ଚିକିତ୍ସା ବ୍ୟବସ୍ଥା ସମ୍ପର୍କରେ ବରିଷ୍ଠ ଡାକ୍ତରଙ୍କ ସହ ଆଲୋଚନା କରିଛନ୍ତି । ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ମୃତକଙ୍କ ସମ୍ପର୍କୀୟଙ୍କୁ ୪ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ରାଜ୍ୟ ସରକାର । ପୁରୀ ବାଣ ବିସ୍ଫୋରଣ ଘଟଣାରେ ଏପର୍ଯ୍ୟନ୍ତ ୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦ଜଣ ଆହତ ହୋଇଛନ୍ତି ।












Click it and Unblock the Notifications