ଆଜି ହେବ ମହାପ୍ରଭୁଙ୍କ ଚିତାଲାଗି ନୀତି, 4 ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ : ଚିତଉ ଅମାବାସ୍ୟାରେ ଆଜି ହେବ ମହାପ୍ରଭୁଙ୍କ ଚିତାଲାଗି ନୀତି । ଶ୍ରାବଣ କୃଷ୍ଣ ଅମାବାସ୍ୟା ତିଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଚିତାଲାଗି ନୀତି ଅନୁଷ୍ଠିତ ହେବ । ତେଣୁ ଆଜି ପ୍ରଥମ ଭୋଗ ମଣ୍ଡପ ଭୋଗ ଶେଷ ହେବା ପରେ ଅପରାହ୍ନ 2 ଟାରୁ ସନ୍ଧ୍ୟା 6 ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ । ଏ ନେଇ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

shree mandir

ଏହି ଅବସରରେ ମହାପ୍ରଭୁଙ୍କୁ ଲାଗି ହେବ ହୀରା ଖଚିତ ଚିତା । ପତି ମହାପାତ୍ର ସେବାୟତ ସଂସ୍କାର କରିବା ପରେ ତିନି ବାଡର ବାଡ଼ଗ୍ରାହୀ ଓ ଅନ୍ୟାନ୍ୟ ଦଇତାପତି ସେବାୟତ ମହାପ୍ରଭୁଙ୍କୁ ଏହି ଚିତା ଲାଗି କରିବେ । ମହାପ୍ରଭୁ ଜଗନ୍ନାଥଙ୍କୁ ସୁଭ୍ର ହୀରା ଖଚିତ ରତ୍ନଚିତା, ଶ୍ରୀବଳଭଦ୍ରଙ୍କୁ ନୀଳା ଓ ଦେବୀ ସୁଭଦ୍ରାଙ୍କୁ ପାନା ହୀରା ଖଚିତ ରତ୍ନ ଚିତା ଲାଗି କରାଯିବ । ସ୍ନାନପୂର୍ଣ୍ଣମୀରେ ସ୍ନାନ ପରେ ମହାପ୍ରଭୁ ଅଣସର ଘରେ ଥିଲେ। ସେହି ସମୟରେ ଶ୍ରୀଜିଉଙ୍କ ଶ୍ରୀଅଙ୍ଗରୁ ଚିତା ଗୁଡିକୁ କାଢ଼ି ନିଆଯାଇଥିଲା । ରଥଯାତ୍ରା ସମୟରେ ମହାପ୍ରଭୁଙ୍କୁ ସୋଲ ଚିତା ଲାଗି କରାଯାଇଥିଲା । ଆଜି ସେହି ସୋଲ ଚିତାକୁ କଢ଼ାଯାଇ ହୀରା ଖଚିତ ଚିତା ଲାଗି କରାଯିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+