ବଦଳିଲେ ପୁରୀ ଜିଲ୍ଲାପାଳ ଓ ଏସ୍‌ପି; ସିଦ୍ଧାର୍ଥ ସ୍ୱାଇଁଙ୍କ ସ୍ଥାନରେ ଚଞ୍ଚଲ ରାଣା ନୂଆ ଜିଲ୍ଲାପାଳ, ପିନାକ ମିଶ୍ର ନୂଆ ଏସ୍‌ପି

ପୁରୀ ଶରଧାବାଲି ଅଘଟଣା ଘଟଣାରେ ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ । ବଦଳିଲେ ପୁରୀ ଜିଲ୍ଲାପାଳ ଓ ଏସ୍‌ପି । ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁଙ୍କ ସ୍ଥାନରେ ନୂଆ ଜିଲ୍ଲାପାଳ ହେଲେ ଚଞ୍ଚଲ ରାଣା । ସେହିପରି ଏସ୍‌ପି ଭିନୀତ୍‌ ଅଗ୍ରୱାଲଙ୍କ ସ୍ଥାନରେ ନୂଆ ଏସ୍‌ପି ଭାବେ ପିନାକ ମିଶ୍ରଙ୍କୁ ଦାୟିତ୍ୱ ଦିଆଯାଇଛି । ଏହା ସହିତ DCP ବିଷ୍ଣୁ ପତି ଓ କମାଣ୍ଡାନ୍ଟ ଅଜୟ ପାଢୀଙ୍କୁ ଦାୟିତ୍ବରେ ଅବହେଳା ଅଭିଯୋଗ ଯୋଗୁଁ ନିଲମ୍ବିତ କରାଯାଇଛି ।

Puri District Collector and SP changed

ଅନ୍ୟପଟେ ଏହି ଦଳାଚକଟା ଘଟଣାରେ ମୃତ୍ୟୁବରଣ କରିଥିବା ଭକ୍ତ ମାନଙ୍କ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇବା ସହିତ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ୨୫ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ରାଶି ଘୋଷଣା କରିଛନ୍ତି । ସେହିପରି ଏହି ଘଟଣାର ସଂପୂର୍ଣ୍ଣ ପ୍ରଶାସନିକ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏହି ତଦନ୍ତ କରାଯିବ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+