ପୁରୀ ବାଣ ବିସ୍ଫୋରଣ ଘଟଣା; ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି

ପୁରୀ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି । ଗତକାଲି ମୃତ୍ୟୁ ସଂଖ୍ୟା ୯ ଥିବାବେଳେ ଆଜି ଆଉ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ରାଶି ଘୋଷଣା କରିଛନ୍ତି ଜିଲ୍ଲାପାଳ । ଅନ୍ୟ ୧୯ ଜଣ ଚିକିତ୍ସାଧିନ ଥିବା ସୂଚନା ରହିଛି ।

ସରକାର ସ୍ଥିତି ଉପରେ ନଜର ରଖିଥିବା ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି । ସେହିପରି ମୃତକଙ୍କ ପରିବାର ଲୋକଙ୍କୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ କରିବା ଦିଗରେ ପୁରୀ ଜିଲ୍ଲାପାଳ ପଦକ୍ଷେପ ନେଇ ସାରିଥିବା କୁହାଯାଇଛି ।

Puri explosion incident

ଗତ ମେ' ୨୯ ତାରିଖରେ ପୁରୀର ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଚାପ ଖେଳ ବେଳେ ଏହି ଅଘଟଣଘଟିଥିଲା। ସୂଚନା ଅନୁଯାୟୀ, ‍ବାଣ ଫୁଟାଇବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ କାହାକୁ ଅନୁମତି ଦିଆଯାଇ ନଥିଲା। ଲୋକେ ପରମ୍ପରା ଅନୁଯାୟୀ ବାଣି ଫୁଟାଇ ଥିଲେ । ତେବେ ବାଣ ଫୁଟାଇଲା ବେଳେ ଏକ ବାଣ ଗଦାରେ ନିଆଁ ପଡ଼ି ଯିବାରୁ ସେଗୁଡ଼ିକ ଫୁଟି ଯାଇଥିଲା ଓ ଏହି ଅଘଟଣ ଘଟିଥିଲା। ଯେଉଁ ବ୍ୟକ୍ତି ସେହି ବାଣ ଫୁଟାଇବା ପାଇଁ ଆଣି ଗଦା କରିଥିଲେ ସେ ମଧ୍ୟ ଗୁରୁତର ଅଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+