ମହାପ୍ରଭୁଙ୍କୁ ଜ୍ୱର: ଆଜି ଶ୍ରୀଅଙ୍ଗରେ ଲାଗିହେବ ଫୁଲୁରି ତେଲ
ଦେବ ସ୍ନାନ ପୂର୍ଣ୍ଣିମାରେ ୧୦୮ ଗରା ଜଳରେ ସ୍ନାନ କରି ଅଣସର ଘରେ ଜ୍ୱରରେ ପୀଡ଼ିତ ଅଛନ୍ତି ଚତୁର୍ଦ୍ଧାମୂର୍ତ୍ତୀ । ଅଣସର ଗୃହରେ କ୍ଷୀଣ ଆଲୋକରେ ଦଇତାପତି ଓ ପତି ମହାପାତ୍ର ସେବକଙ୍କ ଦ୍ୱାରା ଗୁପ୍ତସେବା ଚାଲିଥିବାବେଳେ ଚତୁର୍ଦ୍ଧା ବିଗ୍ରହଙ୍କ ଶ୍ରୀଅଙ୍ଗରେ ଲାଗି କରା
ପୁରୀ: ଆଜି ହେଉଛି ଆଷାଢ଼ କୃଷ୍ପ ପଞ୍ଚମୀ ତିଥି । ମହାପ୍ରଭୁଙ୍କୁ ଲାଗି ହେବ ଫୁଲୁରୀ ତେଲ । ଦେବ ସ୍ନାନ ପୂର୍ଣ୍ଣିମାରେ ୧୦୮ ଗରା ଜଳରେ ସ୍ନାନ କରି ଅଣସର ଘରେ ଜ୍ୱରରେ ପୀଡ଼ିତ ଅଛନ୍ତି ଚତୁର୍ଦ୍ଧାମୂର୍ତ୍ତୀ । ଅଣସର ଗୃହରେ କ୍ଷୀଣ ଆଲୋକରେ ଦଇତାପତି ଓ ପତି ମହାପାତ୍ର ସେବକଙ୍କ ଦ୍ୱାରା ଗୁପ୍ତସେବା ଚାଲିଥିବାବେଳେ ଚତୁର୍ଦ୍ଧା ବିଗ୍ରହଙ୍କ ଶ୍ରୀଅଙ୍ଗରେ ଲାଗି କରାଯିବ ଫୁଲୁରି ତେଲ । ବଡ଼ ଓଡ଼ିଆ ମଠ ପକ୍ଷରୁ ଚତୁର୍ଦ୍ଧାବିଗ୍ରହଙ୍କ ଲାଗି ଏହି ଫୁଲୁରି ତେଲ ଯୋଗାଯିବ ।

ଦଇତାପତିମାନେ ଶ୍ରୀଅଙ୍ଗରେ ମାଲିସ କରିବେ ଫୁଲୁରି ତେଲ। ଆଉ ଏହି ଫୁଲୁରି ତେଲକୁ ପରମ୍ପରା ମୁତାବକ ବଡ଼ ଓଡ଼ିଆ ମଠ ପକ୍ଷରୁ ପ୍ରସ୍ତୁତ କରାଯାଇଥାଏ। ପରମ୍ପରା ମୁତାବକ ପଞ୍ଚମୀ ଦିନ ହୁଏ ଏହି ଅନନ୍ୟ ସେବା।
ଏହି ତେଲରେ ବିଭିନ୍ନ ପ୍ରକାର ସୁବାସିତ ଫୁଲ, କର୍ପୁର, ଔଷଧୀୟ ଚେରମୂଳ ଓ ସୁବାସିତ ଦ୍ରବ୍ୟ ପଡ଼ି ଏହାକୁ ମାଟି ତଳେ ପୋତାଯାଇ ପ୍ରସ୍ତୁତ କରାଯାଇଥାଏ । ମଧ୍ୟାହ୍ନ ଧୂପ ଏବଂ ଦକ୍ଷିଣୀ ଘର ଭୋଗ ସମ୍ପର୍ଣ୍ଣ ପରେ ପତି ମହାପାତ୍ର ସେବକ ଏହାକୁ ସଂସ୍କାର କରି ଦଇତାପତିଙ୍କୁ ଯୋଗାଇ ଦେବା ପରେ ଦଇତାପତି ସେବକ ମାନେ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଏହାକୁ ମର୍ଦନ କରିବେ । ଏହି ଫୁଲୁରୀ ତେଲକୁ ଦଇତାପତି ସେବକମାନେ ଶ୍ରୀଅଙ୍ଗରେ ମାଲିସ କରିଥାନ୍ତି। ଏହି ତେଲ ମାଲିସ ଦ୍ୱାରା ଶ୍ରୀଜିଉ ସ୍ନାନଜନିତ ଶରୀର ପୀଡ଼ାରୁ ମୁକ୍ତି ପାଆନ୍ତି ବୋଲି ବିଶ୍ୱାସ ରହିଛି।












Click it and Unblock the Notifications