ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ
ପୁରୀ:ଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ । ସ୍ନାନଯାତ୍ରା ପୂର୍ବରୁ ଆଜି ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗ ମଣ୍ତପ ଶେଷ ହେବା ପରେ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ବନକଲାଗି ନୀତି ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ଚୂଡାନ୍ତ ହୋଇଛି । ଏହା ଏକ ଗୁସ୍ତ ସେବା ହୋଇଥିବାରୁ ପ୍ରାୟ ୪ ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।
ସୂଚନା ଅନୁସାରେ, ରତ୍ନବେଦୀରେ ଏହି ଗୁପ୍ତ ନୀତି ସମ୍ପନ୍ନ ହେବ । ସଂଧ୍ୟା ୬ରୁ ୪ ଘଣ୍ଟା ଲାଗି ବନକଲାଗି ନୀତି କରାଯିବ । ଯେଉଁଥି ପାଇଁ ସଂଧ୍ୟା ୬ରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ । ଏହି ନୀତି ଅନୁସାରେ ଶ୍ରୀଜିଉଙ୍କ ମୁଖମଣ୍ତଳକୁ ସଜ୍ୱିତ କରାଯିବ ।

ଶ୍ରୀମନ୍ଦିରରେ ପ୍ରତି ବୁଧବାର କିମ୍ବା ଗୁରୁବାର ବନକ ଲାଗି ନୀତି ପାଳନ କରାଯିବାର ପରମ୍ପରା ରହିଛି । ଦତ୍ତମହାପାତ୍ର ସେବକମାନେ ଗର୍ଭଗୃହରେ ପ୍ରବେଶ କରି ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ହରିତାଳ, ହିଙ୍ଗୁଳ, ପ୍ରିୟଙ୍ଗୁ, କସ୍ତୁରୀ, କଳା, ଧଳା, ନାଲି, ଆଦି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହି ନୀତି ସମାପ୍ତ ହେବା ପରେ ପୁଣି ଶ୍ରଦ୍ଧାଳୁ ଚତୁର୍ଦ୍ଧା ବିଗ୍ରହଙ୍କ ଦର୍ଶନ କରିପାରିବେ ।












Click it and Unblock the Notifications