ଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

ଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

ପୁରୀ: ଆଜି ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ । ଅପକାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ବନକ ଲାଗି ନୀତି ପାଇଁ ଆଜି ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ ।

PURI

ମହାପ୍ରଭୁଙ୍କ ବନକ ଲାଗି ନୀତି ପାଇଁ ଆଜି ୪ ଘଣ୍ଟା ଦର୍ଶନ ବନ୍ଦ ରହିବ । ପୌଷ କୃଷ୍ଣ ପକ୍ଷ ଷଷ୍ଠୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବାର ପରମ୍ପରା ରହିଛି । ଯେଉଁଥି ପାଇଁ ଆଜି ଭୋଗମଣ୍ତପ ନୀତି ବଢିବା ପରେ ଅପରାହ୍ନ ୫ଟାରୁ ରାତି ୯ ଟା ପର୍ଯ୍ୟନ୍ତ ପ୍ରାୟ ୪ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଦତ୍ତ ମହାପାତ୍ର ସେବାୟତମାନଙ୍କ ଦ୍ୱାରା ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ହରିତାଳ, ହିଙ୍ଗୁଳ, ପ୍ରୟଙ୍ଗୁ, କଳା, ଧଳା, ନାଲି, ଆଦି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବାର ନିତି ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+