Get Updates
Get notified of breaking news, exclusive insights, and must-see stories!

ତିନି ଦିନ ଜଗା ଦର୍ଶନ ବନ୍ଦ

ଆଜିଠାରୁ ତିନି ଦିନ ବନ୍ଦ ରହିବ ଜଗା ଦର୍ଶନ । ଶ୍ରୀମନ୍ଦିର ପ୍ରଶାସନ ସୂଚନା ଅନୁସାରେ, ଆଜି ଗଣେଶ ପୂଜା ଥିବାରୁ ଶ୍ରୀମନ୍ଦିର ଭକ୍ତଙ୍କ ପାଇଁ ବନ୍ଦ ରଖାଯାଇଛି ।

ପୁରୀ: ଆଜିଠାରୁ ତିନି ଦିନ ବନ୍ଦ ରହିବ ଜଗା ଦର୍ଶନ । ଶ୍ରୀମନ୍ଦିର ପ୍ରଶାସନ ସୂଚନା ଅନୁସାରେ, ଆଜି ଗଣେଶ ପୂଜା ଥିବାରୁ ଶ୍ରୀମନ୍ଦିର ଭକ୍ତଙ୍କ ପାଇଁ ବନ୍ଦ ରଖାଯାଇଛି । ସେପଟେ ପୂର୍ବ ଏସଓପି ଅନୁଯାୟୀ ଶନିବାର ଓ ରବିବାର ବି ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ ରହିବ ।

Shree Mandir

ଲଗାତର ତିନିଦିନ ଶ୍ରୀମନ୍ଦିର ବନ୍ଦ ରହିବା ପରେ ସୋମବାରଠାରୁ ଭକ୍ତମାନେ ପରିବର୍ତ୍ତିତ ନୂଆ ଏସ୍ଓପି ଅନୁଯାୟୀ ମହାପ୍ରଭୁଙ୍କ ଦର୍ଶନ କରିବେ । ଏହି ଏସ୍ଓପି ଅନୁସାରେ କେବଳ ରବିବାର ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ ରହିବ । ବାକି ୬ ଦିନ ଭକ୍ତମାନେ ସକାଳ ୭ଟାରୁ ରାତି ୯ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ।

ସେପଟେ ଶ୍ରୀମନ୍ଦିର ପରିସରରେ ମହାପ୍ରସାଦ ସେବନ କଟକଣା ହଟାଇ ଦିଆଯାଇଥିବାରୁ ସୋମବାରଠାରୁ ଭକ୍ତମାନେ ଆନନ୍ଦବଜାରରେ ବସି ସପରିବାର ମହାପ୍ରସାଦ ସେବନ କରିପାରିବେ । ମହାପ୍ରଭୁଙ୍କ ପାଇଁ ଫୁଲ, ଦୀପ, ଧୂପ ନେଇ ଶ୍ରୀମନ୍ଦିରକୁ ଯାଇପାରିବେ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+