Get Updates
Get notified of breaking news, exclusive insights, and must-see stories!

କାଲି ଗଡ଼ିବ ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସ୍

ଭୁବନେଶ୍ୱର: ଆସନ୍ତାକାଲି ଗଡ଼ିବ ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସ୍ । ଏହାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଭୁବନେଶ୍ୱର ରେଳ ଷ୍ଟେସନଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଶୁଭାରମ୍ଭ କରିବେ ମୋଦୀ । ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ଉପସ୍ଥିତ ରହିବେ ।

vande bharat express

ଏହି ଟ୍ରେନ୍ ଶୁଭାରମ୍ଭ ହେବା ପରେ ଓଡ଼ିଶାକୁ ମିଳିଯିବ ଦୁଇଟି ବନ୍ଦେ ଭାରତ ଏକ୍ସପ୍ରେସ୍ । ଏହି ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ ଶନିବାର ବ୍ୟତୀତ ସପ୍ତାହରେ ଛଅ ଦିନ ଚାଲିବ । ପୁରୀରୁ ରାଉରକେଲା ପର୍ଯ୍ୟନ୍ତ 505 କିଲୋମିଟର ଦୂରତାକୁ ମାତ୍ର 7 ଘଣ୍ଟା 45 ମିନିଟରେ ଅତିକ୍ରମ କରିବ । ପୁରୀ- ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସ ପୁରୀରୁ ସକାଳ 5 ଟାରେ ଯାତ୍ରା ଆରମ୍ଭ କରି ଦିନ 12.45 ରେ ରାଉରକେଲାରେ ପହଞ୍ଚିବ ।

ସେହିପରି ରାଉରକେଲାରୁ ଅପରାହ୍ନ 2.10 ମିନିଟରେ ଛାଡି ରାତି 9.40 ରେ ପୁରୀରେ ପହଞ୍ଚିବ । ଟ୍ରେନଟି ଖୋର୍ଦ୍ଧା ରୋଡ, ଭୁବନେଶ୍ୱର, କଟକ, ଢ଼େଙ୍କାନାଳ, ତାଳଚେର ରୋଡ, ଅନଗୁଳ, ରେଢ଼ାଖୋଲ, ସମ୍ବଲପୁର ସହର ଏବଂ ଝାରସୁଗୁଡା ଷ୍ଟେସନମାନଙ୍କରେ ରହିବ ।
ଏହା ପୂର୍ବରୁ ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସର ଟ୍ରାଏଲ୍ ରନ୍ ଶେଷ ହୋଇଛି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+