Get Updates
Get notified of breaking news, exclusive insights, and must-see stories!

ଶ୍ରୀଜିଉଙ୍କ ବନକଲାଗି ନୀତି: ଆଜି ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

ଆଜି ପ୍ରାୟ ୪ ଘଣ୍ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଅପରାହ୍ନ ୫ଟାରୁ ରାତି ୯ ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି ଅନୁଷ୍ଠିତ ହେବା ପରେ ମହାପ୍ରଭୁଙ୍କର ମହାସ୍ନାନ କରାଯିବା ପରେ ପୁନରବାର ସର୍ବସାଧାରଣ ଦର୍ଶନ ଆରମ୍ଭ କରାଯିବ ।

puri

ପୁରୀ: ଆଜି ୪ ଘଣ୍ଟା ଶ୍ରୀଜିଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ । ଅପହାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ବନ୍ଦ ରହିବ ସାଧାରଣ ଦର୍ଶନ । ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି ।

ଆଜି ଚୈତ୍ର-ଶୁକ୍ଳ ପ୍ରତିପଦା ତଥିରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି । ଦ୍ୱିତୀୟ ଭୋଗମଣ୍ତପ ନୀତି ପରେ ଆରମ୍ଭ ହେବ ତିନି ଠାକୁରଙ୍କ ବନକଲାଗି ନୀତି । ଦତ୍ତମହାପାତ୍ର ସେବକମାନେ ଗର୍ଭଗୃହରେ ପ୍ରବେଶ କରି ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀ ବିଗ୍ରହମାନଙ୍କ ଶୃଙ୍ଗାର କରାଯିବ । ହିଙ୍ଗୁଳା, ହରିତାଳ, ଧଳା, କଳା, ନାଲି, ପ୍ରିୟଙ୍ଗୁ ଆଦି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶୃଙ୍ଗାର କରାଯିବ ।

ଶ୍ରୀଜିଉଙ୍କ ବନକଲାଗି ନୀତି ଗୁପ୍ତ ସେବା ନୀତି ହୋଇଥିବାରୁ ଆଜି ପ୍ରାୟ ୪ ଘଣ୍ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଅପରାହ୍ନ ୫ଟାରୁ ରାତି ୯ ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି ଅନୁଷ୍ଠିତ ହେବା ପରେ ମହାପ୍ରଭୁଙ୍କର ମହାସ୍ନାନ କରାଯିବା ପରେ ପୁନରବାର ସର୍ବସାଧାରଣ ଦର୍ଶନ ଆରମ୍ଭ କରାଯିବା ନେଇ ସୂଚନା ରହିଛି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+