ଆସନ୍ତାକାଲିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ଶ୍ରୀମନ୍ଦିର

ଆସନ୍ତାକାଲିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ଶ୍ରୀମନ୍ଦିର । ସମସ୍ତ ଭକ୍ତଙ୍କୁ ଦର୍ଶନ ଦେବେ ବଡଠାକୁର । କୋଭିଡ୍ ଗାଇଡ୍ ଲାଇନ୍ ଅନୁଯାୟୀ ଶ୍ରଦ୍ଧାଳୁମାନେ କାଲିଠୁ ଶ୍ରୀମନ୍ଦିର ଭିତରେ ଶ୍ରୀଜିଉଙ୍କୁ ଦର୍ଶନ କରିବାର ସୁଯୋଗ ପାଇବେ।

ପୁରୀ: ଆସନ୍ତାକାଲିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ଶ୍ରୀମନ୍ଦିର । ସମସ୍ତ ଭକ୍ତଙ୍କୁ ଦର୍ଶନ ଦେବେ ବଡଠାକୁର । କୋଭିଡ୍ ଗାଇଡ୍ ଲାଇନ୍ ଅନୁଯାୟୀ ଶ୍ରଦ୍ଧାଳୁମାନେ କାଲିଠୁ ଶ୍ରୀମନ୍ଦିର ଭିତରେ ଶ୍ରୀଜିଉଙ୍କୁ ଦର୍ଶନ କରିବାର ସୁଯୋଗ ପାଇବେ। କୋରୋନା ଯୋଗୁଁ ତିନି ମାସରୁ ଅଧିକ ସମୟ ବନ୍ଦ ରହିଥିଲା ଶ୍ରୀମନ୍ଦିର ।

Shree Mandir

ସକାଳ ୭ଟାରୁ ସଂଧ୍ୟା ୭ ଯାଏଁ ଭକ୍ତମାନେ ଦର୍ଶନ କରିପାରିବେ । ଆରଟିପିସିଆର ନେଗେଟିଭ କିମ୍ବା ଓ ଦୁଇଟି ଡୋଜ୍ ଟିକାକରଣ ରିପୋର୍ଟ ସହ ଆଧାର କାର୍ଡ ପ୍ରମାଣପତ୍ର ଦେଖାଇ ଦେଖାଇ ଶ୍ରୀମନ୍ଦିର ଭିତରକୁ ଯାଇପାରିବେ ଭକ୍ତ। ୧୬ତାରିଖରୁ ୨୦ ତାରିଖ ଯାଏଁ କେବଳ ପୁରୀ ସହରର ବାସିନ୍ଦା ଦିଅଁ ଦର୍ଶନ କରିଥିଲେ । ଗତକାଲି ଓ ଆଜି ସପ୍ତାହାନ୍ତ ସଟ୍‌ଡାଉନ ଯୋଗୁଁ ମନ୍ଦିର ବନ୍ଦ ରହିଛି । ଆସନ୍ତାକାଲିଠାରୁ ରାଜ୍ୟ ଓ ରାଜ୍ୟ ବାହାରର ଭକ୍ତ ଶ୍ରୀଜିଉଙ୍କ ଦର୍ଶନ କରିପାରିବେ ।

ଶୃଙ୍ଖଳିତ ଦର୍ଶନ ପାଇଁ ସ୍ୱତନ୍ତ୍ର ବ୍ୟାରିକେଡ, ୮ଟି କିଓସ୍କୋ ସ୍ଥାପନ କରାଯାଇଥିବା ବେଳେ ସୁରକ୍ଷା ପାଇଁ ୧୦ ପ୍ଲାଟୁନ୍‌ରୁ ଅଧିକ ପୋଲିସ ଫୋର୍ସ ମୁତୟନ ହେବେ। ଶୃଙ୍ଖଳିତ ଦର୍ଶନ ପାଇଁ ସିଂହଦ୍ୱାର ପଟେ ପ୍ରବେଶ ଓ ଉତ୍ତର ଦ୍ୱାର ପଟେ ପ୍ରସ୍ଥାନର ବ୍ୟବସ୍ଥା କରାଯାଇଛି । ବୃଦ୍ଧ ଓ ଦିବ୍ୟାଙ୍ଗ ଭକ୍ତଙ୍କ ପାଇଁ ସ୍ୱତନ୍ତ୍ର ଦର୍ଶନର ବ୍ୟବସ୍ଥା କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+