For Quick Alerts
Turn On Notification  
For Daily Alerts
Oneindia App Download

ଫେବ୍ରୁଆରୀ ପହିଲାରୁ ଖୋଲିବ ଶ୍ରୀମନ୍ଦିର, ମିଳିବ ଜଗା ଦର୍ଶନ

ଫେବ୍ରୁଆରୀ ୧ ତାରିଖରୁ କୋଭିଡ୍‌ ଗାଇଡଲାଇନରେ ଖୋଲିବ ଶ୍ରୀମନ୍ଦିର। ଭକ୍ତମାନେ ଶୃଙ୍ଖଳିତ ଭାବେ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ।

|

ପୁରୀ: ଭକ୍ତଙ୍କ ପାଇଁ ଖୋଲିବ ଶ୍ରୀମନ୍ଦିର। ଫେବ୍ରୁଆରୀ ୧ ତାରିଖରୁ କୋଭିଡ୍‌ ଗାଇଡଲାଇନରେ ଖୋଲିବ ଶ୍ରୀମନ୍ଦିର। ଭକ୍ତମାନେ ଶୃଙ୍ଖଳିତ ଭାବେ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ। ଛତିଶା ନିଯୋଗ ବୈଠକରେ ଏ ସଂକ୍ରାନ୍ତରେ ନିଷ୍ପତ୍ତି ହୋଇଛି । ଏ ନେଇ ପ୍ରେସମିଟରେ ସୂଚନା ଦେଇଛନ୍ତି ପୁରୀ ଜିଲ୍ଲାପାଳ ।

Shree Mandira

ଆଜି ବସିଥିଲା ଛତିଶା ନିଯୋଗ ବୈଠକ। ଏଥିରେ ଶ୍ରୀମନ୍ଦିରର ସବୁ ସେବାୟତ ଓ ଜିଲ୍ଲାପ୍ରଶାସନର ଅଧିକାରୀମାନେ ଯୋଗଦେଇଥିଲେ। ବୈଠକରେ ଶ୍ରୀମନ୍ଦିର ଖୋଲିବା ଉପରେ ଆଲୋଚନା ହୋଇଥିଲା। ସମସ୍ତେ ମନ୍ଦିର ଖୋଲିବା ଉପରେ ଗୁରୁତ୍ୱ ଦେଇଥିଲେ। ବୈଠକ ପରେ ଜିଲ୍ଲାପାଳ ସମର୍ଥ ବର୍ମା କହିଛନ୍ତି, ଫେବ୍ରୁଆରୀ ୧ ତାରିଖରୁ ସାଧାରଣ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ଶ୍ରୀମନ୍ଦିର। ପୂର୍ବପରି ପ୍ରତି ରବିବାର ବନ୍ଦ ରହିବ ଶ୍ରୀମନ୍ଦିର। ସେହି ଦିନ ମନ୍ଦିର ସାନିଟାଇଜ୍‌ କରାଯିବ। ମନ୍ଦିର ଖୋଲିବା ଓ ବନ୍ଦ ନେଇ ଏସ୍‌ଓପି ଆସିବ। ପୂର୍ବପରି ପଶ୍ଚିମ ଦ୍ୱାର ଦେଇ ଶ୍ରୀମନ୍ଦିରକୁ ପୁରୀ ସହରବାସୀ ପ୍ରବେଶ କରିବେ। ଅନ୍ୟ ଶ୍ରଦ୍ଧାଳୁମାନେ ପୂର୍ବ ଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରିବେ ବୋଲି ଜିଲ୍ଲାପାଳ କହିଛନ୍ତି। ୨୦୦ରୁ ୩୦୦ ସେବାୟତ ନେଇସାରିଛନ୍ତି ବୁଷ୍ଟର ଡୋଜ୍ । ସବୁ ସେବାୟତଙ୍କୁ ବୁଷ୍ଟର ଡୋଜ୍ ଦେବାକୁ ଉଦ୍ୟମ ଜାରି ରହିବ ।

ସୂଚନାଯୋଗ୍ୟ ଯେ, ଜାନୁଆରୀ ୧୦ ତାରିଖ ଠାରୁ ଶ୍ରୀମନ୍ଦିରରେ ବନ୍ଦ ରହିଛି ସାଧାରଣ ଦର୍ଶନ । ଜାନୁଆରୀ ୧୦ ତାରିଖରୁ ୩୧ ତାରିଖ ପର୍ଯ୍ୟନ୍ତ ଶ୍ରଦ୍ଧାଳୁଙ୍କ ପାଇଁ ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଥିଲା । ଛତିଶାନିଯୋଗ ବୈଠକରେ ଏ ସଂକ୍ରାନ୍ତରେ ନିଷ୍ପତ୍ତି ହୋଇଥିବା ବେଳେ ଆସନ୍ତା ସୋମବାରକୁ ନିର୍ଦ୍ଧାରିତ ସମୟ ସରିବାର ଥିଲା ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
Puri Shree Mandira Will Reopen From 1st of February
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X