ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ
Puri News: ଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ । ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ ଏବଂ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ମଧ୍ୟାନ ଧୂପ ପରେ ଦତ୍ତମହାପାତ୍ର ସେବକ ମାନେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି କରିବେ ।

ସୂଚନା ଅନୁସାରେ, ଦ୍ୱିତୀୟ ଭୋଗ ମଣ୍ତପ ପରେ ଦତ୍ତମହାପାତ୍ର ସେବକ ମାନେ ମହାପ୍ରଭୁଙ୍କ ବନକଲାଗି ନୀତି କରିବେ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଯେଉଁଥି ପାଇଁ ଆଜି ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ସର୍ବସାଧାରଣ ବନ୍ଦ ରହିବ । ବନକଲାଗି ନୀତି ପରେ ମହାପ୍ରଭୁଙ୍କ ମହାସ୍ନାନ କରାଯିବ ।












Click it and Unblock the Notifications