ପୁରୀ ଗଜପତିଙ୍କ ପୁଷ୍ୟାଭିଷେକ ଶ୍ରୀନହରରେ ପାରମ୍ପାରିକ ରୀତିନୀତିରେ ଅନୁଷ୍ଠିତ

ପୁରୀ ଗଜପତିଙ୍କ ପୁଷ୍ୟାଭିଷେକ ଶ୍ରୀନହରରେ ପାରମ୍ପାରିକ ରୀତିନୀତିରେ ଅନୁଷ୍ଠିତ ହୋଇଛି । ଏହି ପୁଷ୍ୟାଭିଷେକରେ ଷୋଳ ଶାସନ ବ୍ରାହ୍ମଣ ପୁରୋହିତ ଗଜପତିଙ୍କୁ ଆଶୀର୍ବାଦ କରିଛନ୍ତି ।

ଏହି ପୁଷ୍ୟାଭିଷେକ କାର୍ଯ୍ୟ ରାଜଗୁରୁ ଦେବୀପ୍ରସାଦ, ରାଜଗୁରୁ ସୁଧାଂଶୁ ସମ୍ପାଦନ କରିଛନ୍ତି । ପରେ ଗଜପତି ଏବଂ ମହାରାଣୀଙ୍କୁ ଅଭିମନ୍ତ୍ରିତ ଜଳରେ ଅଭିଷେକ କରାଯାଇଥିଲା । ଏହାସହ ବନ୍ଦାପନା କରାଯାଇ ଗଜପତିଙ୍କୁ ପଇତାଲାଗି ଏବଂ ମହାପ୍ରସାଦ ପ୍ରଦାନ କରାଯାଇଥିଲା । ଏହାପରେ ଗଜପତି ତାଙ୍କ ପାରମ୍ପାରିକ ବେଶରେ ଗାଦିକୁ ବିଜେ କରିବା ପରେ ଷୋଳ ଶାସନ ବ୍ରାହ୍ମଣ ଓ ପଣ୍ଡିତମାନେ ତାଙ୍କୁ ନଡିଆ ଏବଂ ପଇତା ପ୍ରଦାନ କରିବା ସହ ଆଶୀର୍ବାଦ କରିଥିଲେ ।

Pusya Visheka of Puri Gajapati

ଏହି ପର୍ବରେ ଗଜପତି ମହାରାଜ ଦିବ୍ୟସିଂହ ଦେବ ଶ୍ରୀନହରରେ ପାରଂପରିକ ଗଜପତି ପୋଷାକରେ ସିଂହାସନରେ ବସିବା ପରେ ମନ୍ତ୍ର ସ୍ନାନ, ଅଭିସିକ୍ତ ଜଳ ଛିଞ୍ଚନ ହୋଇ ନୂଆ ପଇତା ଲାଗି ହେବା ପରେ ଅଭିଷେକ ଆରମ୍ଭ କରାଯାଇଥିଲା। ଅଭିଷେକ ମହୋତ୍ସବ ପରେ ଶୋଳ ଶାସନରୁ ଆସିଥିବା ବ୍ରାହ୍ମଣମାନେ ଗଜପତିଙ୍କୁ ପଇତା ଦାନ କରି ଆର୍ଶୀବାଦ ପ୍ରଦାନ କରିଥିଲେ।

ରାଜ ପୁରୋହିତଙ୍କ ସହ ଅନ୍ୟ ବ୍ରାହ୍ମଣ ମାନେ ମଧ୍ୟ ମନ୍ତ୍ର ଉଚ୍ଚାରଣ କରି ଏହି ଉତ୍ସବରେ ଗଜପତି ମହାରାଜାଙ୍କ ଉଜ୍ଜଳ ଭବିଷ୍ୟତ ଏବଂ ମଙ୍ଗଳ କାମନା କରିଥିଲେ। ପରେ ପରମ୍ପରା ଅନୁଯାଇ ଗଜପତିଙ୍କୁ ବ୍ରାହ୍ମଣ ମାନେ ବସ୍ତ୍ର, ଫଳ ଆଦି ପ୍ରଦାନ କରିଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+