Get Updates
Get notified of breaking news, exclusive insights, and must-see stories!

ଆଜି ଶପଥ ନେବେ ନୂଆ ରାଜ୍ୟପାଳ ରଘୁବର ଦାସ

ଭୁବନେଶ୍ୱର: ଆଜି ଶପଥ ନେବେ ନୂଆ ରାଜ୍ୟପାଳ ରଘୁବର ଦାସ । ପୂର୍ବାହ୍ନ 11.45 ରେ ଶପଥ ଗ୍ରହଣ ସମାରୋହ ହେବ । ରଘୁବର ଓଡ଼ିଶାର 26 ତମ ରାଜ୍ୟପାଳ ଭାବେ ଦାୟିତ୍ୱ ନେବେ । ନୂଆ ରାଜ୍ୟପାଳଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇବେ ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ ।

Raghubar Das

ଏହା ପୂର୍ବରୁ ଗତକାଲି ରାଜଭବନରେ ପହଞ୍ଚିଛନ୍ତି ନବ ନିଯୁକ୍ତ ରାଜ୍ୟପାଳ ରଘୁବର ଦାସ । ରାଜ୍ୟପାଳଙ୍କ ସମେତ 80 ରୁ ଅଧିକ ଅତିଥି ରାଜଭବନ ଆସିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବାଚସ୍ପତି ପ୍ରମିଳା ମଲ୍ଲିକ ରାଜ୍ୟପାଳଙ୍କୁ ସ୍ୱାଗତ କରିଥିଲେ । ରାଜଭବନରେ ସମସ୍ତଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଥିଲା । ଏହା ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ ନୂଆ ରାଜ୍ୟପାଳ । ନୂଆ ରାଜ୍ୟପାଳଙ୍କୁ ପ୍ରୋଟୋକଲ୍ ଅନୁଯାୟୀ Z+ ସୁରକ୍ଷା ପ୍ରଦାନ କରାଯାଇଛି ।

ମହାପ୍ରଭୁଙ୍କୁ ଦର୍ଶନ ପରେ ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସ ଗଣମାଧ୍ୟମ ଆଗରେ ପ୍ରତିକ୍ରିୟା ରଖିଛନ୍ତି । ଓଡ଼ିଶାର ବିକାଶକୁ ସର୍ବୋଚ୍ଚ ପ୍ରାଥମିକତା ଦିଆଯିବ ବୋଲି କହିଛନ୍ତି ରଘୁବର । ତାହା ସହିତ ସେ ଆହୁରି କହିଛନ୍ତି, ମୁଁ ବହୁତ ଭାଗ୍ୟଶାଳୀ, ଓଡ଼ିଶାର ଜନତାଙ୍କ ସେବା ସୌଭାଗ୍ୟ ମିଳିଲା । ଚେଷ୍ଟା ରହିବ ଗରିବ, ଶୋଷିତ, ବଞ୍ଚିତଙ୍କ ଜୀବନସ୍ତର ଯେମିତି ଉଚ୍ଚକୁ ଉଠିବ । କେନ୍ଦ୍ର ଓ ରାଜ୍ୟର ଯୋଜନା ଗରିବଙ୍କ ପର୍ଯ୍ୟନ୍ତ ପହଞ୍ଚିବା ଦାୟିତ୍ୱ ନେବି ବୋଲି ସେ କହିଛନ୍ତି ।

ଜଣେ ମହା ସେବକଭାବେ ଗରିବଙ୍କ ଯାଏଁ ଯୋଜନା ପହଞ୍ଚିବା ଦାୟିତ୍ୱ ନେବି । ରାଜଭବନ ଦ୍ୱାର ଗରିବ ଲୋକଙ୍କ ପାଇଁ 24 ଘଣ୍ଟା ଖୋଲା ରହିବ ବୋଲି ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସଙ୍କ ଗଣମାଧ୍ୟମ ଆଗରେ କହିଛନ୍ତି ।

ରଘୁବର ଦାସ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଥିଲେ । ସେ ପାଞ୍ଚ ଥର ଝାଡ଼ଖଣ୍ଡ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ଝାଡ଼ଖଣ୍ଡର ଉପମୁଖ୍ୟମନ୍ତ୍ରୀ ଓ ପରବର୍ତ୍ତୀ ସମୟରେ ମୁଖ୍ୟମନ୍ତ୍ରୀ ଭାବରେ ଅବସ୍ଥାପିତ ହୋଇଥିଲେ । 1955 ମେ 3 ତାରିଖରେ ଜନ୍ମ ଗ୍ରହଣ କରିଥିବା ରଘୁବର ଭାଲୁବସା ହରିଜନ ହାଇସ୍କୁଲର ମ୍ୟାଟ୍ରିକ ଓ ଜାମସେଦପୁର କୋ-ଅପରେଟିଭ୍ କଲେଜରୁ ସ୍ନାତକ ଶିକ୍ଷା ଶେଷ କରିଥିଲେ । ପରବର୍ତ୍ତୀ ସମୟରେ ସେ ଆଇନରେ ସ୍ନାତକ ଡ଼ିଗ୍ରୀ ହାସଲ କରି ଟାଟା କମ୍ପାନୀରେ ଯୋଗ ଦେଇଥିଲେ । 1977 ରେ ଜନତା ପାର୍ଟିରେ ଯୋଗ ଦେଇଥିଲେ ଓ ପରେ 1980 ରେ ବିଜେପିର ପ୍ରତିଷ୍ଠାତା ସଦସ୍ୟ ରହିଥିଲେ । ଜାମସେଦପୁର ପୂର୍ବ ବିଧାନସଭା ଆସନରୁ ବିଧାନସଭାକୁ 1995 ରେନିର୍ବାଚିତ ହୋଇଥିଲେ । ଝାଡ଼ଖଣ୍ଡର ପ୍ରଥମ ଅଣ ଆଦିବାସୀ ମୁଖ୍ୟମନ୍ତ୍ରୀ ହୋଇଥିଲେ ରଘୁବର ଦାସ । 2014 ରୁ 2019 ପର୍ଯ୍ୟନ୍ତ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ଥିଲେ ରଘୁବର ଦାସ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+