ଓଡ଼ିଶାରେ ପହଞ୍ଚିଲା ରାହୁଲ ଗାନ୍ଧିଙ୍କ ଭାରତ ଯୋଡ଼ ନ୍ୟାୟ ଯାତ୍ରା; ଝାଡ଼ଖଣ୍ଡରୁ ଆସି ବୀରମିତ୍ରପୁରରେ ପହଞ୍ଚିଲେ ରାହୁଲ

ଓଡ଼ିଶାରେ ପହଞ୍ଚିଲେ ରାହୁଲ ଗାନ୍ଧି । ଓଡ଼ିଶାରେ ପହଞ୍ଚିଲା ରାହୁଲ ଗାନ୍ଧିଙ୍କ ଭାରତ ଯୋଡ଼ ନ୍ୟାୟ ଯାତ୍ରା । ଝାଡ଼ଖଣ୍ଡରୁ ଆସି ବୀରମିତ୍ରପୁରରେ ପହଞ୍ଚିଲେ ରାହୁଲ ଗାନ୍ଧି । ବୀରମିତ୍ରପୁରରେ ସ୍ୱାଗତ ଜଣାଇଲେ ରାଜ୍ୟ କଂଗ୍ରେସ ନେତା।

Rahul Gandhi

ମୋଦି ସରକାରଙ୍କ ବିରୋଧରେ ଲଢ଼େଇ କରି ଗରିବ ଜନସାଧାରଣଙ୍କୁ ନ୍ୟାୟ ପ୍ରଦାନ ପାଇଁ ଗତ ୧୪ ତାରିଖରୁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଣିପୁରରୁ ୨ୟ ପର୍ଯ୍ୟାୟ ଭାରତ ଯୋଡ଼ୋ ନ୍ୟାୟ ଯାତ୍ରା ଆରମ୍ଭ କରିଛନ୍ତି। ଏହି ଯାତ୍ରା ଝାଡ଼ଖଣ୍ଡ ଅତିକ୍ରମ କରି ମଙ୍ଗଳବାର ଓଡ଼ିଶାର ବୀରମିତ୍ରପୁରରେ ପହଞ୍ଚିଛି। ଏହି ଅବସରରେ ଦଳୀୟ ନେତୃବୃନ୍ଦ ରାହୁଲ ଗାନ୍ଧୀଙ୍କୁ ଭବ୍ୟ ସ୍ବାଗତ କରିଛନ୍ତି।

ଏହି ଅବସରରେ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକ, ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ, କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜା, ବିଧାୟକ ତାରା ପ୍ରସାଦ ବାହିନୀପତି, କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମଙ୍କ ସମେତ ବହୁ ନେତୃବୃନ୍ଦ ଓ ଦଳୀୟ କର୍ମକର୍ତ୍ତା ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ, ବୁଧବାର ରାମପାଲରୁ ଯାତ୍ରା ବାହାରି ରାଉରକେଲା ଉଦିତନଗରରେ ପହଞ୍ଚିବ । ପୂର୍ବାହ୍ନରେ ଆମ୍ବେଡ଼କର ଛକରୁ ପଦଯାତ୍ରା ବାହାରି ପ୍ରାୟ ୩.୪ କିଲୋମିଟର ଦୂର ପାନପୋଷ ଛକରେ ପହଞ୍ଚିବ। ସେଠାରେ ଜନସମାବେଶରେ ରାହୁଲ ଯୋଗଦେବେ । ପରେ ପୁଣି ଯାତ୍ରା ଆରମ୍ଭ ହୋଇ ରାଣୀବନ୍ଧ(ରାଜଗାଙ୍ଗପୁର)ରେ ପହଞ୍ଚିବା ପରେ ରାହୁଲ ମଧ୍ୟାହ୍ନଭୋଜନ କରିବାର କାର୍ଯ୍ୟକ୍ରମ ରହିଛି । ଏପରିକି ରାହୁଲ ସେଠାରେ ଜନ ସମାବେଶକୁ ଉଦ୍‌ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+