ଜୁଲାଇ ଦ୍ବିତୀୟ ସପ୍ତାହରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧି

ଓଡ଼ିଶା ଆସିବେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ । ରାହୁଲଙ୍କ ସହ କଂଗ୍ରେସ ଦଳ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ମଧ୍ୟ ଓଡ଼ିଶା ଗସ୍ତ କରିବେ । ଭୁବନେଶ୍ୱରରେ କଂଗ୍ରେସ ତରଫରୁ ହେବାକୁ ଯାଉଛି ବଡ଼ ସମାବେଶ; ଯେଉଁଥିରେ ସାମିଲ ହେବେ ରାହୁଲ ଗାନ୍ଧୀ ଓ ଦଳୀୟ ଅଧ୍ୟକ୍ଷ ।

rahul gandhi

ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ଓ ବର୍ଷକର ସରକାର ବିଫଳତାକୁ ନେଇ ଏହି ସମାବେଶ କରିବ କଂଗ୍ରେସ । ଜୁଲାଇ ୯ରେ ରାହୁଲ ଗାନ୍ଧୀ ଓଡ଼ିଶାରେ ଆସି ପହଞ୍ଚିବେ । ବହୁତଦିନ ଧରି ରାହୁଲ ଗାନ୍ଧୀ ଓଡ଼ିଶା ଆସିନାହାନ୍ତି । ଦୀର୍ଘ ଦିନ ପରେ ରାହୁଲ ଓଡ଼ିଶା ଆସୁଥିବା କହିଛନ୍ତି, ରାଜ୍ୟ ପିସିସି ସଭାପତି ଭକ୍ତ ଦାସ ।

ରାଜ୍ୟରେ ବିଜେପି ସରକାର ଗଠନ ହେବା ପରଠାରୁ ବିଜେଡ଼ି ବିରୋଧୀ ଦଳରେ ବସିଛି । ହେଲେ ଜନମାନସରେ କଂଗ୍ରେସ ବିରୋଧୀଦଳର ଭୂମିକା ନିର୍ବାହ କରୁଛି । ଖଣି ଦୁର୍ନୀତି, ମହିଳା ହିଂସା, ଚିଟଫଣ୍ଡ ଓ ନିଯୁକ୍ତିକୁ ନେଇ ବାରମ୍ବାର ରାଜରାସ୍ତାରେ ଆନ୍ଦୋଳନ କରୁଛି ଦଳ । ଏହି ଆନ୍ଦୋଳନକୁ ତୀବ୍ର କରିବା, ରାଜ୍ୟସ୍ୱାର୍ଥକୁ ନେଇ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବା ଦିଗରେ କଂଗ୍ରେସ ଯେଭଳି ଆକ୍ରାମକ ରୂପ ଆପଣାଉଛି, ରାହୁଲ ଗାନ୍ଧୀ ଆସିଲେ କଂଗ୍ରେସ ଅଧିକ ଶକ୍ତିଶାଳୀ ଓ ଦଳର କର୍ମୀ ଏବଂ ନେତାଙ୍କୁ ଉତ୍ସାହିତ କରିବ ବୋଲି କୁହାଯାଉଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+