୨୮ରେ ଓଡ଼ିଶା ଆସିବେ ରାହୁଲ୍ ଗାନ୍ଧୀ

ଓଡ଼ିଶା ଉପରେ ଦିଲ୍ଲୀ ନେତାଙ୍କ ନଜର । ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ବିଜେପି ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓ କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ଆସନ୍ତା ୨୮ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ଏହି ଦୁଇ ନେତା ।

rahul gandhi

ରାଜ୍ୟର ପ୍ରଥମ ପର୍ଯ୍ୟାୟରେ ହେବାକୁଥିବା ୪ ଲୋକସଭା ଆସନରୁ ୨ ଲୋକସଭା ବ୍ରହ୍ମପୁର ଏବଂ ନବରଙ୍ଗପୁର ଆସନ ପାଇଁ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ଜେ.ପି ନଡ୍ଡା । ବ୍ରହ୍ମପୁରରେ ଜନସଭାକୁ ସମ୍ବୋଧନ କରିବାକୁ ଥିବାବେଳେ ନବରଙ୍ଗପୁରରେ କାର୍ଯ୍ୟକର୍ତାଙ୍କ ସହ ଆଲୋଚନା କରିବେ ନଡ୍ଡା ।

ସେହିପରି ରବିବାର ସାଲେପୁରରେ ନିର୍ବାଚନୀ ସଭା କରିବା ସହ ରାଲି କରିବେ ରାହୁଲ ଗାନ୍ଧୀ । ରାହୁଲ ଗାନ୍ଧୀଙ୍କ ସଭାରେ ଉପକୂଳ ଜିଲା ୪ଟି ଲୋକ ସଭା, କଟକ, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର ଏବଂ ୨୮ ବିଧାନସଭା ନିର୍ବାଚନମଣ୍ଡଳୀ ଅଞ୍ଚଳରୁ ବହୁ କଂଗ୍ରେସ କର୍ମୀ ଓ ସମର୍ଥକ ଯୋଗଦେବେ । ସେହିପରି ଉପକୂଳ ନେତା ଓ କର୍ମୀମାନଙ୍କୁ ଗୁରୁମନ୍ତ୍ର ଦେବେ ରାହୁଲ । ଏହି ଅବସରରେ ରାହୁଲ ଗାନ୍ଧୀ କଟକ ଜିଲା ସତ୍ୟଭାମାପୁର, ଉତ୍କଳ ଗୌରବ ମଧୁସୂଧନ ଦାସଙ୍କ ଜନ୍ମପୀଠରେ ମଧୁବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଦେବାର କାର୍ଯ୍ୟକ୍ରମ ରହିଛି । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ କଂଗ୍ରେସ ପ୍ରଭାରୀ ଅଜୟ କୁମାର।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+