ବର୍ଷା ପାଇଁ ୪ ଜିଲ୍ଲାକୁ ଆଲର୍ଟ ଜାରି, ଆସନ୍ତା ୨୪ ଘଣ୍ଟାରେ...
ବର୍ଷା ପାଇଁ ୪ ଜିଲ୍ଲାକୁ ଜାରି ହେଲା ଆଲର୍ଟ । ଦକ୍ଷିଣ ଝାଡ଼ଖଣ୍ଡ, ଉତ୍ତର ଛତିଶଗଡ଼ ଓ ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ଏକ ନିମ୍ନ ଚାପରେଖା ସକ୍ରିୟ ରହିଛି । ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଓ ଭଦ୍ରକ ଜିଲ୍ଲାର କିଛି ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା ରହିଛି । ଏଥିପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଆସନ୍ତା ୧୬ ତାରିଖ ସକାଳ ୮.୩୦ ଯାଏ ରାଜ୍ୟର ଉତ୍ତର ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ସେପଟେ , ଏବେଠୁ ଅସହ୍ୟ ହେଲାଣି ତାତି । ରାଜ୍ୟରେ ବୃଦ୍ଧି ପାଇବାରେ ଲାଗିଛି ତାପମାତ୍ରା । ଝାରସୁଗୁଡାରେ ୪୦ ଡିଗ୍ରୀ ମୁହାଁ ତାପମାତ୍ରା । ଗତ ୨୪ ଘଣ୍ଟାରେ ଝାରସୁଗୁଡାରେ ୩୯.୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । କିନ୍ତୁ ଉପକୂଳ ଓଡ଼ିଶାରେ ତାପମାତ୍ରା ବିଶେଷ ବୃଦ୍ଧି ପାଇନାହିଁ । ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଗାମୀ ୨ ଦିନ ମଧ୍ୟରେ ୨ ରୁ ୩ ଡିଗ୍ରୀ ବଢ଼ିବ ଦିନ ତାପମାତ୍ରା ।ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ ।
-
ଭିଜିଲାନ୍ସ ଜାଲରେ କଟକ ଜିଲ୍ଲା କଣ୍ଟାପଡ଼ା ତହସିଲ୍ଦାର, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ -
ଆଜି ବଜେଟ୍ ଅଧିବେଶନର ୩ୟ ଦିନ, ରହିଛି ଏକାଧିକ ବିଭାଗର ପ୍ରଶ୍ନତ୍ତୋର କାର୍ଯ୍ୟକ୍ରମ -
୪ ଜିଲ୍ଲାରେ କାଳବେଶାଖୀ ସମ୍ଭାବନା -
ପ୍ରଧାନମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କାହିଁକି? -
ସମ୍ପତ୍ତି ତାଲିକା ଦେଉନାହାଁନ୍ତି ସରକାରୀ ବାବୁ -
ମଧ୍ୟପ୍ରାଚ୍ୟରେ ଲକ୍ଷ ଲକ୍ଷ ଫସିଛନ୍ତି ଓଡ଼ିଆ, ଫେରାଇ ଆଣିବାର ଅନୁରୋଧ କଲେ ନବୀନ -
ଦାଦନ ଯିବାରେ ବଲାଙ୍ଗୀର ଜିଲ୍ଲା ସର୍ବାଗ୍ରେ -
ଆଜିଠାରୁ ରାଜ୍ୟରେ ବଢିବ ଦିନ ତାପମାତ୍ରା -
ରାଜ୍ୟରେ ବଢ଼ିଛି କୁମ୍ଭୀରଙ୍କ ସଂଖ୍ୟା -
ରାଜ୍ୟସଭା ନିର୍ବାଚନ; ୩ ରାଜ୍ୟ ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେପି, ଜାଣନ୍ତୁ ଓଡ଼ିଶା ପାଇଁ କାହାକୁ ମିଳିଲା ଦାୟିତ୍ୱ -
ଲୋକସେବା ଭବନରେ ଖାଲି ପଡିଛି ବଡ଼ ବାବୁଙ୍କ ପଦବୀ -
ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆରମ୍ଭ , ସ୍ଵାଭାବିକ ଚାଲିଛି ପ୍ରଶ୍ନକାଳ












Click it and Unblock the Notifications