Rain Alert: ଆଜି ସୃଷ୍ଟି ହେବ ଲଘୁଚାପ, 24ରେ ଅବପାତ ରୂପ !

ପୁଣି ବର୍ଷା ଆଶଙ୍କା । ପୁଣି ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଘୂର୍ଣ୍ଣିବଳୟ । ଏହା ଷ୍ଟ୍ରିଟ୍ ଅଫ୍ ମଲକ୍କାରେ ସମୁଦ୍ରପତ୍ତନ ଠାରୁ 5.8 କି.ମି ବିସ୍ତୀର୍ଣ୍ଣ ଅଞ୍ଚଳରେ ପରିବ୍ୟାପ୍ତି ରହିଛି । ପ୍ରଭାବରେ ଆଜି ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଅଗ୍ରସର ହୋଇ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଆହୁରି ଅଧିକ ଘନୀଭୂତ ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ । ଆଗାମୀ ୭ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ନଥିବା ବେଳେ ଲଘୁଚାପ ସୃଷ୍ଟି ହେବା ପରେ ସ୍ପଷ୍ଟ ହେବ ବାତ୍ୟାର ରୂପରେଖ।

Rain Alert Low pressure will form today

ପୁଣି ଲଘୁଚାପ:

ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି,"ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟଟି 22 ତାରିଖରେ ଦକ୍ଷିଣପୂର୍ବ ବଙ୍ଗୋପସାଗର ଲଘୁଚାପ ରୂପ ନେବ । ଘୂର୍ଣ୍ଣିବଳୟଟି ଷ୍ଟ୍ରିଟ୍ ଅଫ୍ ମଲକ୍କାରେ ସମୁଦ୍ରପତ୍ତନ ଠାରୁ 5.8 କିମି ବିସ୍ତୀର୍ଣ୍ଣ ଅଞ୍ଚଳରେ ରହିଛି । ଏହାର ପ୍ରଭାବରେ 22 ତାରିଖ ଆଡ଼କୁ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତିକରି ଅଧିକ ଘନୀଭୂତ ହେବ । 24 ତାରିଖ (ସୋମବାର) ବେଳକୁ ଦକ୍ଷିଣ ବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ଅବପାତର ରୂପ ନେଇପାରେ । ପରବର୍ତ୍ତୀ 48 ଘଣ୍ଟାରେ ଅର୍ଥାତ 26 ତାରିଖ ବେଳକୁ ଗତିର ଦିଗ ବଜାୟ ରଖିବା ସହ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି ।"

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+