ଲଘୁଚାପ ପ୍ରଭାବରେ ବର୍ଷା ଜାରି; ୩ ଦିନ ପ୍ରବଳ ବର୍ଷିବ
ବର୍ଷୁଛି ଆହୁରି ବର୍ଷିବ । ଲଘୁଚାପ ପ୍ରଭାବରେ ବର୍ଷା ଜାରି । ୩ ଦିନ ପ୍ରବଳ ବର୍ଷିବ । ବଙ୍ଗୋପସାଗରରେ ଦକ୍ଷିଣ ଓଡ଼ିଶା ଓ ସଂଲଗ୍ନବର୍ତ୍ତୀ ଆନ୍ଧ୍ର ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି । ପ୍ରଭାବରେ ୧୯ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବିଶେଷକରି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଆଜି ଏବଂ ୧୮ ତାରିଖରେ ପ୍ରବଳ ବର୍ଷା ପାଇଁ କଳାହାଣ୍ଡି, ରାୟଗଡା, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ୧୯ ତାରିଖରେ ମାଲକାନଗିରି ଏବଂ କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ପ୍ରଭାବରେ ଆହୁରି ୪ ଦିନ ଯାଏ ପ୍ରବଳ ବର୍ଷା । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟାରେ ୨୩ ଜିଲ୍ଲାରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ହେବ । କୋରାପୁଟ, ନବରଙ୍ଗପୁର, ରାୟଗଡା ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରିକରି କରିଛି ପାଣିପାଗ କେନ୍ଦ୍ର । ୧୯ ତାରିଖ ଯାଏ ପ୍ରବଳ ବର୍ଷର ସମ୍ଭାବନା ରହିଛି । ସେପଟେ ମେଘୁଆ ପାଗ ସହ ପବନର ବେଗକୁ ନେଇ ସମୁଦ୍ର ଅଶାନ୍ତ ରହିବ । ତେଣୁ ୧୫ ତାରିଖ ଯାଏ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।












Click it and Unblock the Notifications