କମିବ ତାପମାତ୍ରା, ଆସନ୍ତା 24 ଘଣ୍ଟାରେ ଏହି ଜିଲ୍ଲାରେ ହେବ ବର୍ଷା

ଭୁବନେଶ୍ୱର: ରାଜ୍ୟରୁ ପେରିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଏହା ସହ ରାଜ୍ୟରେ କମିବାରେ ଲାଗିଛି ତାପମାତ୍ରା । କେତେକ ସ୍ଥାନରେ ହାଲୁକା ଶୀତ ଅନୁଭୂତ ହେବା ଆରମ୍ବ ହେଲାଣି ।

rain

ଏହି ସମୟରେ ଆସନ୍ତା 24 ଘଣ୍ଟାରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ହୋଇପାରେ । ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର କେତେକ ଅଞ୍ଚଳରେ ସ୍ୱଳ୍ପ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ, ଗତକାଲି ଫୁଲବାଣୀଠାରେ ରାତିର ସର୍ବନିମ୍ନ ତାପମାତ୍ରା 15 ଡିଗ୍ରୀ ସେଲସିୟସ୍‍ ରେକର୍ଡ କରାଯାଇଛି । ଆସନ୍ତା 5 ଦିନ ମଧ୍ୟରେ ତାପମାତ୍ରା ଆହୁରି ହ୍ରାସ ପାଇବାର ସମ୍ଭାବନା ରହିଛି । ବିଶେଷକରି ଆଭ୍ୟନ୍ତରୀଣ ଓଡ଼ିଶାରେ ଥଣ୍ଡା ବୃଦ୍ଧି ପାଇବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+