Get Updates
Get notified of breaking news, exclusive insights, and must-see stories!

ବଢିବ ବର୍ଷା ! ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ଲଘୁଚାପ

ଭୁବନେଶ୍ୱର: ମୌସୁମୀ ଓ ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଲାଗି ରହିଛି ଲଘୁଚାପ । ଏହା ପରେ ବି ରାଜ୍ୟରେ ବଢିବ ବର୍ଷାର ପରିମାଣ । ଗତକାଲିର ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ ପଶ୍ଚିମକେନ୍ଦ୍ରୀୟ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡିଶା ଉପକୂଳ ସମୁଦ୍ର ଅଞ୍ଚଳରେ ଏକ ସୁଦୃଶଃ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି ।

low pressure

ଏହା ପ୍ରଭାବରେ ଆଗାମୀ 24 ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ଅବପାତର ରୂପ ନେବା ସମ୍ଭାବନା ରହିଛି । ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରିବା ସହ ଉତ୍ତର-ଆନ୍ଧ୍ରପ୍ରଦେଶ ଦକ୍ଷିଣ ଓଡିଶା ମଧ୍ୟ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି । ଆସନ୍ତା 24 ଘଣ୍ଟାରେ ଏହା ଅଧିକ ଘନୀଭୂତ ହୋଇ ଏକ ଲଘୁଚାପ କ୍ଷେତ୍ରର ରୂପ ନେବ । ଏହା ପରେ 26 ତାରିଖରେ ଆହୁରି ଘନୀଭୂତ ହେବ ଓ ଅବପାତର ରୂପ ନେବ ବୋଲି ସୂଚନା ଦେଇଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ।

ଏହା ଫଳରେ ରାଜ୍ୟରେ ଆସନ୍ତାକାଲି ଠାରୁ ବର୍ଷାର ପରିମାଣ ବୃଦ୍ଧି ପାଇବ । ଗଞ୍ଜାମ, ଗଜପତି, ପୁରୀ, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ଆଜି ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଏ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିଭଳି ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ନୟାଗଡ଼, ଖୋର୍ଧା, କଟକ, ଜଗତସିଂହପୁର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଲଘୁଚାପ ଅବପାତ ରୂପ ନେବା ପରେ 26 ତାରିଖ ଦିନ ଅଧିକ ବର୍ଷା ସମ୍ଭାବନା ରହିଛି । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା ଓ ବଲାଙ୍ଗୀରରେ ପ୍ରବଳରୁ ଅତିପ୍ରବଳ ବର୍ଷିବାର ସମ୍ଭାବନାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏପରିକି 28 ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+