ଆସନ୍ତାକାଲି ୫ ଜିଲାରେ ବର୍ଷା, ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି
ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ପ୍ରଭାବରେ ଦୁଇ ଦିନ ହେଲା ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି । ବିଶେଷ କରି କୋରାପୁଟ, ସୁବର୍ଣ୍ଣପୁର ବରଗଡ ଜିଲାର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ତେବେ ଆଜି ସନ୍ଧ୍ୟାରେ ଭୁବନେଶ୍ବରରେ କାଳବୈଶାଖୀ ତାଣ୍ଡବ ରଚିଛି। ଅଚାନକ ପାଗ ପରିବର୍ତ୍ତନ ସହିତ ଝଡ଼ ତୋଫାନ ଓ ବର୍ଷା ହୋଇଥିଲା। ପାତ୍ରପଡ଼ା ଆଇଗିଣିଆ ଦୁର୍ଗାମଣ୍ଡପ ପାଖରେ ଏକ ବଡ଼ ହୋର୍ଡିଂ ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି। ଏକାଧିକ ଦୋକାନ ଘର ମଧ୍ୟ ଭାଙ୍ଗିଯାଇଛି।

ଆସନ୍ତାକାଲି ୫ ଜିଲାରେ ବର୍ଷା ନେଇ ପାଣିପାଗ ବିଭାଗ ୟେଲୋ ୱାର୍ନିଂ ଜାରି କରିଛି । ସେହି ଜିଲାଗୁଡିକ ହେଲା ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା ଏବଂ କେନ୍ଦୁଝର। ଏସବୁ ଜିଲାରେ ବିଜୁଳି ଓ ଘଡଘଡି ସହ ବର୍ଷା ଏବଂ ପବନ ସମ୍ଭାବନା ରହିଛି। ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏଥିସହ ଗାଙ୍ଗେୟ ପଶ୍ଚିମବଙ୍ଗରୁ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶକୁ ଏକ ଟ୍ରଫ ଲାଇନ ସମୁଦ୍ର ପତ୍ତନଠାରୁ ୦.୯ କିମି ଉଚ୍ଚତାରେ ଓଡ଼ିଶା ଦେଇ ଗତି କରୁଛି। ଏହା ପ୍ରଭାବରେ ସୋମବାର ପଶ୍ଚିମ ଓଡ଼ିଶା ସମେତ ବିଭିନ୍ନ ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିଲା।
ଝାରସୁଗୁଡ଼ା ଜିଲାରେ ମଧ୍ୟମ ଧରଣର ବର୍ଷା ହୋଇଥିବାବେଳେ ସୋନପୁରର ବିନିକା ସମେତ ଜିଲାର କେତେକ ସ୍ଥାନରେ ବର୍ଷା ହୋଇଛି। ସେହିଭଳି ବରଗଡ଼ରେ ମେଘୁଆ ପାଗ ରହିଥିବାବେଳେ ବର୍ଷା ସହ କୁଆପଥର ମାଡ଼ ହୋଇଥିବା ସୂଚନା ମିଳିଛି। ଏଥିସହ କୋରାପୁଟରେ ମଧ୍ୟ ବର୍ଷା ଓ କୁଆପଥର ମାଡ଼ ହୋଇଥିବା ଜଣାପଡ଼ିଛି। ମଙ୍ଗଳବାର ମଧ୍ୟ ୧୫ ଜିଲାରେ ଏଭଳି ସ୍ଥିତି ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ମଙ୍ଗଳବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ପୁରୀ, ଖୋର୍ଦ୍ଧା, ଜଗତ୍ସିଂହପୁର, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଏବଂ ଢେଙ୍କାନାଳ ଜିଲାର ବିଭିନ୍ନ ସ୍ଥାନରେ ବର୍ଷା ସହିତ ଘଡ଼ଘଡ଼ି, ବିଜୁଳି ହେବା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏଥିସହ ୩୦ରୁ ୪୦ କି.ମି. ବେଗରେ ପବନ ବହିବା ନେଇ ପୂର୍ବାନୁମାନ କରାଯାଇଛି।
-
APSEZ ର ବଡ଼ ସଫଳତା: 500 ମିଲିୟନ୍ ଟନ୍ କାର୍ଗୋ ହ୍ୟାଣ୍ଡଲିଂ ସୀମା ଅତିକ୍ରମ -
Adani Ports ର ବଡ଼ ରେକର୍ଡ: 500 ମିଲିୟନ୍ ଟନ୍ କାର୍ଗୋ ପାର, 2030 ମଧ୍ୟରେ 1 ବିଲିୟନ୍ ଟନ୍ ଲକ୍ଷ୍ୟ -
IPL-2026 : କୋଲକାତାକୁ ଭେଟିବ ହାଇଦ୍ରାବାଦ୍ : ପ୍ରଥମ ବିଜୟ ଲକ୍ଷ୍ୟରେ ଉଭୟ ଟିମ୍ -
ଶନିବାର ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିପାରେ ମୋହର -
IPL 2026: ପଞ୍ଜାବର ଦ୍ବିତୀୟ ବିଜୟ, ଧୋନୀଙ୍କ ଅନୁପସ୍ଥିତିରେ ପୁଣି ହାରିଲା CSK







Click it and Unblock the Notifications